ଭୁବନେଶ୍ବର:

ତା-୯-୧୨-୨୦୨୦
ରାଜ୍ୟର ୫ଟି ସ୍ଥାନରେ ଇକୋ ରିଟ୍ରିଟ୍ ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ । ଭିଡିଓ କନ୍ଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଉଦ୍ଘାଟନ କରିଛନ୍ତି। ଏହି ଅବସରରେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ। ଗତ ବର୍ଷ କୋଣାର୍କ ଇକୋ ରିଟ୍ରିଟ ସଫଳ ହେବା ପରେ ଚଳିତ ବର୍ଷ ରାଜ୍ୟର ୫ଟି ସ୍ଥାନରେ ଇକୋ ରିଟ୍ରିଟର ଆୟୋଜନ କରାଯାଇଛି। କୋଣାର୍କ, ହୀରାକୁଦ, ଭିତରକନିକା, ଦାରିଙ୍ଗବାଡ଼ି ଓ ସାତକୋଶିଆରେ ଆୟୋଜିତ ହେଉଛି ଇକୋ ରିଟ୍ରିଟ୍ ।
ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ।
www.austinnews.in
https:facebookaustinnews https:youtubeaustinnews
twitter@austinnewsmedia
