News portal website
before header
[URIS id=5393]

ଭୁବନେଶ୍ବର ଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶ କୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

0 147

ଭୁବନେଶ୍ବର:

Notice

ତା -୧୪-୧୨-୨୦୨୦

ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଆଜି ଶ୍ରୀଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶକୁ ମଞ୍ଜୁରୀ ମିଳିଛି। ଏହାର ସମସ୍ତ ପରିଚାଳନା ନିମନ୍ତେ ରାଜ୍ୟ ସରକାର ଏକ ସ୍ୱତନ୍ତ୍ର ଆଇନ ପ୍ରସ୍ତୁତ କରିଛନ୍ତି। କ୍ୟାବିନେଟ ବୈଠକ ପରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀ ସୂଚନା ଦେଇ କହିଛନ୍ତି , ଶ୍ରୀଲିଙ୍ଗରାଜ ମନ୍ଦିରର ସର୍ବାଙ୍ଗୀନ ଉନ୍ନତି ପାଇଁ ସରକାର ଅନେକଗୁଡ଼ିଏ ପ୍ରସ୍ତାବ ଅଗ୍ରାଧିକାର ଭିତ୍ତିରେ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଅଧ୍ୟାଦେଶ ଜରିଆରେ ଲିଙ୍ଗରାଜ ମନ୍ଦିର ଆଇନର ବ୍ୟବସ୍ଥା କରାଯାଇଛି। ଶ୍ରୀ ଲିଙ୍ଗରାଜ ମନ୍ଦିର, ଏହାର ସମ୍ପତ୍ତି ଓ ପରିସର ମଧ୍ୟରେ ଓ ବାହାରେ ଥିବା ଅନ୍ୟମନ୍ଦିର, ପବିତ୍ର ସ୍ଥାନ ଓ ମଠ ସମ୍ପର୍କିତ ବ୍ୟପାରଗୁଡ଼ିକର ସୁପରିଚାଳନା ଓ ସୁଶାସନକୁ ଦୃଷ୍ଟିରେ ରଖି ଏହାର ପରିଚାଳନା ଦାୟିତ୍ୱ ଏକ କମିଟିକୁ ନ୍ୟସ୍ତ କରିବା ନିମନ୍ତେ ଏକ ଅଧ୍ୟାଦେଶକୁ ଆଜି କ୍ୟାବିନେଟ ବୈଠକରେ ଅନୁମୋଦନ କରାଯାଇଛି। ଏହି ଅଧ୍ୟାଦେଶରେ ମନ୍ଦିରର ସୁପରିଚାଳନା ନିମନ୍ତେ ବିସ୍ତୃତ ଭାବେ ବ୍ୟବସ୍ଥା ହୋଇଛି। ପରିଚାଳନା କମିଟି ଗଠନ, କମିଟିର ସଭ୍ୟ ସଂଖ୍ୟା, କମିଟିର ଦାୟିତ୍ୱ ଓ କ୍ଷମତା, ପରିଚାଳକଙ୍କର କ୍ଷମତା ଓ ଦାୟିତ୍ୱ, ମନ୍ଦିରର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ସୁରକ୍ଷା ଓ ପରିଚାଳନା, ସେବକମାନଙ୍କର ଭୂମିକା ଓ ଦାୟିତ୍ୱ, ମନ୍ଦିର ପାଣ୍ଠିର ଗଠନ ଓ ପରିଚାଳନା ଇତ୍ୟାଦି ସାମିଲ ଅଛି। 

Leave A Reply

Your email address will not be published.