News portal website
before header
[URIS id=5393]

ପିପିଲିର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ । କୋଭିଡ ସଂକ୍ରମିତ ହୋଇ ଚିକିତ୍ସାଧିନ ଥିଲେ ଅଜିତ ମଙ୍ଗରାଜ।

0 216

ତା-୧୪-୦୪-୨୦୨୧

Notice

ଭୁବନେଶ୍ୱର/ଅଷ୍ଟିନ ନ୍ଯୁଜ

ପିପିଲିର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ । କୋଭିଡ ସଂକ୍ରମିତ ହୋଇ ଚିକିତ୍ସାଧିନ ଥିଲେ ଅଜିତ ମଙ୍ଗରାଜ।

ଉପନିର୍ବାଚନ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଆଜି ଭୁବନେଶ୍ୱର ସ୍ଥିତ ଘରୋଇ ଡାକ୍ତରଖାନାରେ ଦେହାନ୍ତ ଘଟଛି । କରୋନା ପଜିଟିଭ୍ ହେବା ପରେ ଚିକିତ୍ସାଧୀନ ଥିଲେ । ଗତ ୭ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ପ୍ରଚାରକୁ ବାହାରୁଥିବା ବେଳେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଅସୁସ୍ଥ ହୋଇପଡିଥିଲେ । ତୁରନ୍ତ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା ।

ପରେ ସେ କୋଭିଡ୍ ପଜିଟିଭ୍ ହୋଇଥିବା ଜଣାପଡିଥିଲା । ପିପିଲି ନିକଟବର୍ତ୍ତୀ ନିଜ ଗାଁ ମୋଟରୀ ଆଙ୍କୋଇରୁ ପ୍ରଚାର ପାଇଁ ବାହାରୁଥିବା ବେଳେ ଅସୁସ୍ଥ ହୋଇ ଅଜିତ ମଙ୍ଗରାଜ ତଳେ ପଡି ଯାଇଥିଲେ । ତାଙ୍କୁ ତୁରନ୍ତ ସମର୍ଥକମାନେ ଚିକିତ୍ସା ପାଇଁ ଡେଲାଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଗତ ୧୦ ତାରିଖରେ ସେ କରୋନା ପଜିଟିଭ୍ ହୋଇଥିବା ସୂଚନା ମିଳିଥିଲା । କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ମୃତ୍ୟୁ ପରେ ବିଭିନ୍ନମହଲରୁ ଶୋକ ପ୍ରକାଶ କରାଯାଇଛି ।

ଅଧିକ ଖବର ଜାଣିବା ପାଇଁ ଆମର ପେଜ୍ କୁ ଲାଇକ କମେଣ୍ଟ ସେୟାର କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.