ଅଷ୍ଟିନ୍ ନ୍ୟୁଜ୍ / ଭୁବନେଶ୍ୱର

୦୨/୦୫/୨୦୨୧
କରୋନା ପାଇଁ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ । ସାରା ରାଜ୍ୟରେ ଲାଗିଲା ଲକଡାଉନ ରେ ସବୁ ବନ୍ଦ । ମେ ୫ ତାରିଖରୁ ୧୯ ତାରିଖ ଯାଏଁ ଲାଗୁ କରାଯାଇଛି ୧୪ ଦିନିଆ ଲକଡାଉନ୍ । ଆସନ୍ତୁ ନଜର ପକାଇବା ଲକଡାଉନ୍ ବେଳେ କଣ ଖୋଲା ରହିବ ଓ କଣ ବନ୍ଦ ।

ଏହି ସମୟରେ ରାସନ, ପରିବା ଓ କ୍ଷୀର ଦୋକାନ ଖୋଲା ରହିବ । ପ୍ରତିରକ୍ଷା, କେନ୍ଦ୍ରୀୟ ଫୋର୍ସ, ଟ୍ରେଜେରୀ, ପୋଷ୍ଟାଲ ସେବା, ଟେଲିକମ୍ ସେବା, ଆଇଏମଡି, ଏନଆଇସି, ଜିଏସଟି ଅଫିସ୍ ଖୋଲା ରହିବ । ସେହିପରି ପୋର୍ଟ, ଏୟାରପୋର୍ଟ ଅଳ୍ପ କର୍ମଚାରୀରେ ଚାଲିବ । ଗଣମାଧ୍ୟମ ଅଫିସ୍, ଜଳ ଯୋଗାଣ, ଏଟିଏମ, ଅଗ୍ନିଶମ ଅଫିସ୍, ବିଜୁଳି ଯୋଗାଣ ସେବା, ଆଦି ଖୋଲାରହିବ । ମେଡିସିନ୍ ଦୋକାନ, ଆମ୍ବୁଲାନ୍ସ, କ୍ଲିନିକ୍, ହସ୍ପିଟାଲ ଆଦି ଖୋଲା ରହିବ ।ତେବେ ମାଛ, ମାଂସ ଅଣ୍ଡା, ଦୋକାନ ଖୋଲା ରହିବ । ହୋମ୍ ଡେଲିଭରୀ ହେବ ।

ସେହିପରି ଅନ୍ୟ ସମସ୍ତ ଅଫିସ୍, ଦୋକାନ ବଜାର, ବାଣିଜ୍ୟିକ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ, ଗମନାଗମନ ଓ ସାଧାରଣ ଚଳପ୍ରଚଳ ବନ୍ଦ ରହିବ ।ସମସ୍ତ ପାନ ଦୋକାନ, ହଲ୍, ସପିଂ ମଲ୍ ଆଦି ବନ୍ଦ ରହିବ । କୋଚିଂ ସେଣ୍ଟର, ଶିକ୍ଷାନୁଷ୍ଠାନ, ଜିମ୍ ମଧ୍ୟ ବନ୍ଦ ରହିବ । ବସ୍ ଚଳାଚଳ ମଧ୍ୟ ବନ୍ଦ ରଖାଯିବ ଅଟୋ ରିକ୍ସା, ସେଲୁନ, ସ୍ନା, ବିଇଟି ପାର୍ଲର, ମନ୍ଦିର ଆଦି ବନ୍ଦ ରହିବ ।
ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia
