ଅଷ୍ଟିନ୍ ନ୍ୟୁଜ୍ / ଭୁବନେଶ୍ୱର

୦୨/୦୫/୨୦୨୧
ଫେରିଲା ଲକଡାଉନ୍ । କରୋନା ସଂକ୍ରମଣ ବୃଦ୍ଧିକୁ ରୋକିବାକୁ ଶେଷରେ କଡା ପଦକ୍ଷେପ ନେଲେ ରାଜ୍ୟ ସରକାର । ସରକାରଙ୍କ ପକ୍ଷରୁ ସଂକ୍ରମଣ ଚେନରେ ବ୍ରେକ୍ ଦେବାକୁ ଶେଷ ବିକଳ୍ପ ନିଆଯାଇଛି ରାଜ୍ୟରେ ଲାଗିଛି ୧୫ ଦିନିଆ ଲକଡାଉନ୍ ।ଲକଡାଉନ୍ ନେଇ ରାଜ୍ୟ ମୁଖ୍ୟଶାସନ ସଚିବ ସୁରେଶ ମହାପାତ୍ର ଘୋଷଣା କରିଛନ୍ତି ।

ସୋମବାରରୁ ଲକଡାଉନ୍ ଲାଗୁ ହୋଇଛି । ଏହି ସମୟରେ ସମସ୍ତ ସାଧାରଣ ଚଳାଚଳ ବନ୍ଦ ରହିବ । କେବଳ ଜରୁରୀକାଳିନ ସେବା ଜାରି ରହିବ ।ଏହି ସମୟରେ ଜରୁରୀ ସେବାକୁ ଛାଡିଦେଲେ ସବୁ କିଛି ବନ୍ଦ । ଜରୁରୀ କାମ ନଥୁଲେ ଘର ନବାହାରିବାକୁ ପରାମର୍ଶ ଦିଆଯାଇଛି । ସମସ୍ତ ଦୋକାନ ବଜାର ଓ ପ୍ରତିଷ୍ଠାନ ବନ୍ଦ ରହିବ । ତେବେ କଟକଣା ସମୟରେ ସମସ୍ତ ମେଡିକାଲ, କ୍ଲିନିକ୍, ନସିଂ, ହୋମ୍, ମେଡିସିନ୍ ଷ୍ଟୋର ଆଦି ଖୋଲା ରହିବ ।

ରେଳ ଓ ବିମାନ ସେବା ମଧ୍ୟ ଜାରି ରହିବ ।ଲକଡାଉନ୍ ପାଇଁ ପୋଲିସ ପକ୍ଷରୁ କଡା ଚେକିଂ ବ୍ୟବସ୍ଥା ହୋଇଛି । ଅମାନିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ଏହି ସମୟରେ ଜୋରଦାର ଚେକିଂ ଓ ବ୍ଲକିଂ କରାଯିବ । ଟ୍ରିନସିଟିରେ ପାଟ୍ରୋଲିଂ ଆହୁରି କଡାକଡି ଭାବେ ପାଳନ ହେବ ।
ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia
