News portal website
before header
[URIS id=5393]

ପୁଣି ଜଣେ ସାମ୍ବାଦିକଙ୍କୁ ଛଡ଼ାଇନେଲା କରୋନା

0 175

ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୭-୦୫-୨୦୨୧

ପୁଣି ଜଣେ ସାମ୍ବାଦିକଙ୍କୁ ଛଡାଇ ନେଲା କୋଭିଡ। ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢୁଥିବା ବେଳେ ମୃତ୍ୟୁ ମାମଲା ମଧ୍ୟ ବଢିବାରେ ଲାଗିଛି । କରୋନା ସଂକ୍ରମଣରୁ ବାଦ୍ ପଡୁନାହାଁନ୍ତି ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ରାଜନେତା ଓ ବିଶିଷ୍ଟ ବ୍ୟକ୍ତିବିଶେଷ।

ଅଷ୍ଟିନ୍ ନ୍ୟୁଜ୍ ରେ ବିଜ୍ଞାପନ ଦେବା ପାଇଁ ଏବେ ହିଁ ଯୋଗାଯୋଗ କରନ୍ତୁ ୬୩୭୨୯୪୨୬୫୦/6372942650 Or mail-id- [email protected]

ଏହି ପରିପ୍ରେକ୍ଷୀରେ ମହାମାରୀରେ ଯାଇଛି ଆଉ ଜଣେ ସାମ୍ବାଦିକଙ୍କ ଜୀବନ।କରୋନା ସଂକ୍ରମଣରେ ପ୍ରାଣ ହରାଇଥିବା ଆଉ ଜଣେ ସାମ୍ବାଦିକ ହେଉଛନ୍ତି ଜଣାଶୁଣା ଖବର ସରାବରାହ ସଂସ୍ଥା ସମ୍ବାଦର ଗଞ୍ଜାମ ଜିଲ୍ଲା ପ୍ରତିନିଧି ପ୍ରଦୀପ କିଶୋର ସାହୁ। ଯିଏକି ବ୍ରହ୍ମପୁରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ପ୍ରଦୀପ କରୋନାରେ ଦୀର୍ଘ ଦିନ ଧରି ଆକ୍ରାନ୍ତ ଥିଲେ। ତେବେ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ବ୍ରହ୍ମପୁରର ଅଶ୍ୱିନୀ କୋଭିଡ ଡାକ୍ତଖାନାରେ ଭର୍ତ୍ତି କରାଯାଇଥିଲା। ଆଜି ତାଙ୍କର ୪୩ ବର୍ଷ ବୟସରେ ମୃତ୍ୟୁ ଘଟିଛି।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.