News portal website
before header
[URIS id=5393]

ସମାଜବାଦୀ ପାର୍ଟି ସାଂସଦ ଆଜମ ଖାନ ଗୁରୁତର

0 193

ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର

Notice

ତା-୧୦-୦୫-୨୦୨୧

ସମାଜବାଦୀ ପାର୍ଟି ସାଂସଦ ଆଜମ ଖାନ ଗୁରୁତର ହୋଇପଡିଛନ୍ତି । କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ସ୍ବାସ୍ଥ୍ୟବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ତାଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି । ଲକ୍ଷ୍ନୌ ସ୍ଥିତ ମେଦାନ୍ତ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି । ଗତ ରବିବାର ସୀତାପୁର ଜିଲ୍ଲା ଜେଲରେ କଏଦୀ ଥିବା ଆଜମ ଖାନଙ୍କ ସ୍ବାସ୍ଥ୍ୟବସ୍ଥା ଅଚାନକ ବିଗିଡିଯାଇଥିଲା ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଏହାପରେ ତାଙ୍କୁ ତୁରନ୍ତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।ସୂଚନାଯୋଗ୍ୟ, ପାସପୋର୍ଟ ନମ୍ବର ଜାଲିଆତି ମାମଲାରେ ୨୦୨୦ ଫେବୃଆରୀ ୨୭ ତାରିଖରୁ ଜେଲରେ ଥିବା ଆଜମ ଖାନ ଏବଂ ତାଙ୍କ ପୁଅ ଅବଦୁଲ୍ଲା ଖାନ ଗତ ଏପ୍ରିଲ ୩୦ ତାରିଖରେ କରୋନା ସଂକ୍ରମିତ ହୋଇଥିବା ଜଣାପଡିଥିଲା । ତେବେ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲ ନେବାକୁ କୁହାଯିବାରୁ ସେ ଯିବାକୁ ରାଜି ହୋଇନଥିଲେ ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ବହୁ ସମୟ ବୁଝା ସୁଝା କରିବା ପରେ ​‌ସେ ହସ୍ପିଟାଲ ଯିବାକୁ ଶେଷରେ ରାଜି ହୋଇଥିଲେ ।ପରେ ଆଜମ ଖାନ ଏବଂ ତାଙ୍କ ପୁଅଙ୍କୁ ଆମ୍ବୁଲାନ୍ସ ଯୋଗେ ଲକ୍ଷ୍ନୌ ପଠାଯାଇଥିଲା । କଡା ସୁରକ୍ଷା ବଳୟ ମଧ୍ୟରେ ଏମ୍‌ଡିଏମ୍‌ ଅମିତ ଭଟ୍ଟ, ସିଟି ସିଓ ପିୟୁସ କୁମାର ସିଂହ, ଇନସ୍ପେକ୍ଟର ଓପି ରାୟ ଗାର୍ଦଙ୍କ ନେତୃତ୍ବରେ ଉଭୟଙ୍କୁ ହସ୍ପିଟାଲ ନିଆଯାଇଥିଲା ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.