
ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୪୯ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୫୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଖୋର୍ଦ୍ଧାରୁ ସର୍ବାଧିକ ୧୫୪୭ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡରୁ ୭୭୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୯୩୦, ସୁନ୍ଦରଗଡ଼ରୁ ୭୭୫, ଅନୁଗୁଳରୁ ୫୫୭, ବାଲେଶ୍ୱରରୁ ୫୦୩, ସମ୍ବଲପୁରରୁ ୪୯୪ , ମୟୂରଭଞ୍ଜରୁ ୪୦୪, ବରଗଡରୁ ୩୯୧, ଝାରସୁଗୁଡ଼ାରୁ ୩୭୮, ନୟାଗଡ଼ରୁ ୩୭୫, ପୁରୀରୁ ୩୩୫, ନୂଆପଡ଼ାରୁ ୩୩୧, ଯାଜପୁରରୁ ୩୦୭, ଜଗତସିଂହପୁରରୁ, ୨୭୮, କଳାହାଣ୍ଡିରୁ ୨୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଗଞ୍ଜାମରୁ ୨୪୫, ବୌଦ୍ଧରୁ ୨୩୨, ଢ଼େଙ୍କାନାଳରୁ ୨୨୦, ଭଦ୍ରକରୁ ୨୧୬, ବଲାଙ୍ଗୀରରୁ ୧୯୮, ସୁବର୍ଣ୍ଣପୁରରୁ ୧୯୫, କେନ୍ଦ୍ରାପଡ଼ାରୁ ୧୮୫, କେନ୍ଦୁଝରରୁ ୧୭୫, କୋରାପୁଟରୁ ୧୬୪, ରାୟଗଡ଼ାରୁ ୧୬୩, ଦେବଗଡ଼ରୁ ୧୧୨, ଗଜପତିରୁ୧୦୪ କନ୍ଧମାଳରୁ ୬୯, ମାଲକାନଗିରିରୁ ୪୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଆଜି ଷ୍ଟେଟ୍ ପୁଲରୁ ୨୭୬ ଚିହ୍ନଟ ହୋଇଛନ୍ତି
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୭୬୨୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୦୩୧୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୪୭୩୬୮୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia
https://twitter.com/AustinNewsMedia

