ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧୨ ହଜାର ୩୯୦ ପଜିଟିଭ ଚିହ୍ନଟ ହୋଇଛନ୍ତି।ସେଥିମଧ୍ୟରୁ ସଙ୍ଗରୋଧରୁ ୬୯୩୮ ଚିହ୍ନଟ ହୋଇଥିବା ବେଳେ ୫୪୫୨ଜଣ ହେଉଛନ୍ତି ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି ।

ସେହିପରି ଗୋଟିଏ ଦିନରେ ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଅନ୍ୟପକ୍ଷରେ ଆଜି ଗୋଟିଏ ଦିନରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୦୧ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକ ରୁ ୭୧୯ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଅପରପକ୍ଷରେ ଅନୁଗୁଳରୁ ୫୩୨, ବରଗଡ଼ରୁ ୫୦୭, ଭଦ୍ରକରୁ ୪୧୨, ବାଲେଶ୍ୱରରୁ ୩୪୦, ବଲାଙ୍ଗୀରରୁ ୪୬୧, ମୟୂରଭଞ୍ଜରୁ ୪୮୦, ପୁରୀରୁ ୪୬୯, ଯାଜପୁରରୁ ୪୩୬, ଝାରସୁଗୁଡ଼ାରୁ ୪୧୩ , ବୌଦ୍ଧରୁ ୨୨୮, ଦେବଗଡ଼ରୁ ୧୦୮, ଢେଙ୍କାନାଳରୁ ୧୭୪, ଗଜପତିରୁ ୧୧୫, ଗଞ୍ଜାମରୁ ୩୮୭, କୋରାପୁଟରୁ ୨୪୬, ଜଗତସିଂହପୁରରୁ ୨୫୯, ଯାଜପୁରରୁ ୪୩୬, କଳାହାଣ୍ଡିରୁ ୨୧୦, କନ୍ଧମାଳରୁ ୧୦୨, କେନ୍ଦ୍ରାପଡ଼ାରୁ ୧୩୭, କେନ୍ଦୁଝରରୁ ୨୦୬, ମାଲକାନଗିରିରୁ ୧୦୩, ନବରଙ୍ଗପୁରରୁ ୩୬୨, ନୟାଗଡ଼ରୁ ୩୦୧, ନୂଆପଡ଼ାରୁ ୨୦୪, ସମ୍ବଲପୁରରୁ ୬୭୭, ସୋନପୁରରୁ ୧୭୮, ସୁନ୍ଦରଗଡ଼ରୁ ୮୮୨ଜଣ ଓ ଷ୍ଟେଟ୍ ପୁଲରୁ ୩୫୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫,୮୮,୬୮୭ରେ ପହଞ୍ଚିଥିବା ବେଳେ ୪,୮୨,୩୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟରେ ଏବେ ୧୦୪୦୧୬ଜଣ ସକ୍ରିୟ ସଂକ୍ରମିତ ଥିବା ଜଣାପଡିଛି ।
ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।
ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ
http://www.austinnews.in
https://www.youtube.com/AustinNewsMedia
http://facebook.com/AustinNewsMedia
https://twitter.com/AustinNewsMedia

