News portal website
before header
[URIS id=5393]

ନବୀନଙ୍କ ମାଷ୍ଟର ପ୍ଲାନ ମଇ ୨୪ରୁ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ!

0 731

ଆସନ୍ତା ମଇ ୨୪ରୁ ୩ ମାସ ପାଇଁଁ ସାରା ରାଜ୍ୟରେ ଆଶା ଓ ANM ମାନେ ଘରକୁ ଘର ବୁଲି କୋଭିଡ ଲକ୍ଷଣ ଓ ଜଟିଳ ରୋଗ ସଂପର୍କରେ ସର୍ଭେ କରିବେ।

Notice

ଅଷ୍ଟିନ୍ ନ୍ୟୁଜ୍ /ଭୁବନେଶ୍ୱର

ତା-୧୭-୦୫-୨୦୨୧

ବାଚସ୍ପତିଙ୍କ ଅଧକ୍ଷତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନେକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି।ଗତ ଏକ ମାସରୁ ଉର୍ଦ୍ଧ୍ବ ସମୟ ଧରି ଓଡିଶାରେ ସଂକ୍ରମଣ ବଢୁଛି। ମହାପ୍ରଭୁଙ୍କ ଆଶୀର୍ବାଦରୁ ଆମେ ପରିସ୍ଥିତିକୁ ମୋଟାମୋଟି ଭାବରେ ନିୟନ୍ତ୍ରଣରେ ରଖିବା ସହ ରୋଗୀକୁ ସେବା ଯୋଗାଇ ଦେବା ଦିଗରେ କାମ କରିଚାଲିଛୁ। ଆମ ପ୍ରଶାସନ ଓ ସ୍ବାସ୍ଥ୍ୟକର୍ମୀ ମାନେ ଯେପରି ଦିନରାତି କାମ କରିଚାଲିଛନ୍ତି।

ଦେଶର ଅନ୍ୟ ଭାଗର ଘଟଣା ଉପରେ ଓଡ଼ିଶା ତୀକ୍ଷଣ ନଜର ରଖିବା ସହ ସେମାନଙ୍କ ଅଭିଜ୍ଞତା ଭିତ୍ତିରେ ଆଗୁଆ ପଦକ୍ଷେପ ନେଉଛି। ସ୍ବାସ୍ଥ୍ୟସେବା ଭିତ୍ତିଭୂମିକୁ ସୁଦୃଢ କରିବା ସହିତ ICU-HDU ଶଯ୍ୟାରେ ବୃଦ୍ଧି କରାଯାଇଛି।

ପ୍ରତି ଜିଲ୍ଲାରେ ଅକ୍ସିଜେନ ସଂଯୁକ୍ତ ଶଯ୍ୟାର ବ୍ୟବସ୍ଥା ମଧ୍ୟ କରାଯାଇଛି।ତ୍ରୁଟିଶୂନ୍ୟ ଅକ୍‌ସିଜେନ ଯୋଗାଣ ପାଇଁ ଅଧିକ ଅକ୍‌ସିଜେନ ସିଲିଣ୍ଡର, ରଫିଲିଂ ଓ ପରିବହନ କାର୍ଯ୍ୟ ତଦାରଖ କରାଯାଉଛି।

ମୁଖ୍ୟ ଡାକ୍ତରଖାନା ଗୁଡିକରେ ଅକ୍ସିଜେନ ପ୍ଲାଣ୍ଟ ପ୍ରତିଷ୍ଠା ସହ ଅକ୍‌ସିଜେନ ସିଲିଣ୍ଡର ମଧ୍ୟ ଆମଦାନୀ କରାଯାଉଛି। ଜରୁରୀ ଔଷଧ ଓ ଅକ୍‌ସିଜେନ ଯୋଗାଣରେ ଯେପରି ଅସୁବିଧା ନ ହୁଏ, ସେଥିପ୍ରତି ଆମେ ସ୍ବତନ୍ତ୍ର ଦୃଷ୍ଟି ରଖିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଅନ୍ୟ ରାଜ୍ୟ କୁ ଅକ୍ସିଜେନ ଯୋଗାଣ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନିଜ ରାଜ୍ୟର ଚାହିଦା ପୂରଣ ସହିତ ଆଜି ଓଡ଼ିଶା ଅନ୍ୟ ରାଜ୍ୟକୁ ମଧ୍ୟ ଅକ୍‌ସିଜେନ ଯୋଗାଇ ବହୁ ମୂଲ୍ୟବାନ ଜୀବନ ରକ୍ଷା କରିପାରୁଛି। ଏହା ଓଡିଶା ପାଇଁ ନିଶ୍ଚିତ ଭାବରେ ଗୌରବର କଥା। ରାଜ୍ୟରେ ଅକ୍‌ସେଜେନ ପରିଚାଳନା ବ୍ୟବସ୍ଥା ସୁଦୃଢ କରିବା ଏବଂ ଏଥିପାଇଁ ଏକ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ପାଇଁ ଏକ ଟାକ୍‌ସଫୋର୍ସ ଗଠନ କରାଯିବ।

ଏହି ଲଢେଇରେ ସ୍ବାସ୍ଥ୍ୟ କର୍ମୀ ଓ ଡାକ୍ତରମାନଙ୍କ ସବୁଠାରୁ ଗୁରୁ ଦାୟିତ୍ବ ଥିବାରୁ ଏ କ୍ଷେତ୍ରରେ ମାନବ ସମ୍ବଳ ବୃଦ୍ଧି ଉପରେ ଗୁରୁତ୍ବ ଦିଆଯାଇଛି ଏବଂ ୭୮୬ ଡାକ୍ତର ଓ ୫୧୩୭ ପାରାମେଡିକାଲ ଷ୍ଟାଫଙ୍କୁ ଇତି ମଧ୍ୟରେ ନିଯୁକ୍ତି ଦିଆଯାଇଛି। ଏହାସହିତ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ଚୁକ୍ତିଭିତ୍ତିକ ନିଯୁକ୍ତି ଦେବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି।ଓଡ଼ିଶାରେ ଲୋକଙ୍କୁ ମାଗଣା ପରୀକ୍ଷା ଓ ରୋଗୀଙ୍କୁ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଆଉଛି।

ଘରୋଇ ଡାକ୍ତରଖାନା ମାନଙ୍କୁ ସାଥିରେ ନେଇ କୋଭିଡ ରୋଗୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦିଆଯାଉଛି। ଏହାଦ୍ବାରା ରୋଗୀ ଶୀଘ୍ର ଚିକିତ୍ସା ସେବା ପାଉଛନ୍ତି ଓ ସାରା ଦେଶରେ ଓଡ଼ିଶାର ମୃତ୍ୟୁ ହାର ସେଥିପାଇଁ କମ୍‌ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଲୋକଙ୍କୁ ସତର୍କ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ହୁଏତ ଆଗକୁ କୋଭିଡର ଅନେକ ଲହର ଆସିପାରେ। ତେଣୁ ଆମକୁ ଦୀର୍ଘ ଲଢେଇ ପାଇଁ ପ୍ରସ୍ତୁତ ରହିବାକୁ ହେବ। କରୋନା ବିରୁଦ୍ଧରେ ସଫଳ ଲଢେଇ ପାଇଁ ଟିକାକରଣ ଆମର ମୁଖ୍ୟ ରଣକୌଶଳ ହେବ।

ଲୋକମାନେ ଯେପରି ଶୀଘ୍ର ଟିକା ପାଇପାରିବେ, ସେଥିପାଇଁ ଆମେ ବିଶ୍ବ ବଜାରରୁ ଟିକା କିଣିବା ପ୍ରକ୍ରିୟା ଆରମ୍ଭ କରିଛୁ। କରୋନା ବିରୁଦ୍ଧରେ ଏହି ଲଢେଇରେ ଆମକୁ ମାର୍ଗ ଦେଖାଇବା ପାଇଁ ଏକ ଉଚ୍ଚସ୍ତରୀୟ ବୈଷୟିକ କମିଟି ଗଠନ ସଂପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

କୋଭିଡ ପରିଚାଳନାରେ ଗୋଷ୍ଠୀକୁ ମୁଖ୍ୟ ସ୍ତମ୍ଭ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆରମ୍ଭରୁ ହିଁ ଗ୍ରାମ ପଞ୍ଚାୟତ ଓ ଗାଁ କଲ୍ୟାଣ ସମିତି ଏଥିରେ ସାମିଲ ଅଛନ୍ତି। ଲୋକଙ୍କୁ ସେବା ଯୋଗାଇବା ପାଇଁ ANM, ଆଶା, ଅଙ୍ଗନବାଡି କର୍ମୀ ଓ ମିଶନ ଶକ୍ତି ଗୋଷ୍ଠୀ ଆଦି ସମସ୍ତଙ୍କୁ ସାଥିରେ ନେଇ କୋଭିଡ ପରିଚାଳନା କାମ ଜାରି ରହିଛି ବୋଲି କହିଛନ୍ତି।

ଆସନ୍ତା ମଇ ୨୪ରୁ ୩ ମାସ ପାଇଁଁ ସାରା ରାଜ୍ୟରେ ଆଶା ଓ ANM ମାନେ ଘରକୁ ଘର ବୁଲି କୋଭିଡ ଲକ୍ଷଣ ଓ ଜଟିଳ ରୋଗ ସଂପର୍କରେ ସର୍ଭେ କରିବେ।

ଏଥିପାଇଁ ସେମାନଙ୍କୁ ୩ ମାସ ପାଇଁ ମାସିକ ୧୦୦୦ ଟଙ୍କା ଲେଖାଏ ପ୍ରୋତ୍ସାହନ ରାଶି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।ପ୍ରତି ଗାରେ ଥିବା ଗାଁ କଲ୍ୟାଣ ସମିତି ମାନଙ୍କୁ ମଧ୍ୟ କୋଭିଡ ନିୟନ୍ତ୍ରଣ ପାଇଁ ବିଭିନ୍ନ କାର୍ଯ୍ୟ ନିମନ୍ତେ ୧୦ ହଜାର ଟଙ୍କା ସହାୟତା ଦିଆଯିବ। ସେହିପରି ଗୃହ ସଂଗରୋଧ ତଦାରଖ ଦାୟିତ୍ବରେ ଥିବା ଆଶାକର୍ମୀ ମାନଙ୍କୁ ମଧ୍ୟ ବାଇସାଇକେଲ, ଚପଲ, ଛତା, ଟର୍ଚ୍ଚ ଓ କପ୍‌ବୋର୍ଡ ଆଦି ପାଇଁ ଏକକାଳୀନ ୧୦ ହଜାର ଟଙ୍କା ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

https://twitter.com/AustinNewsMedia

Leave A Reply

Your email address will not be published.