News portal website
before header
[URIS id=5393]

ଓଡ଼ିଶାରେ ଆଜିବି କରୋନାର ଭୟଙ୍କର ରୂପ । ୧୦ ହାଜର ପାର କଲା ସଂକ୍ରମଣ ।

0 197

ଓଡ଼ିଶାରେ ଆଜି ବି ୧୦ ହଜାର ଉପରେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୫,୭୭୯ ଓ ଲୋକାଲ୍‌ କଣ୍ଟାକ୍ଟସ୍ ୪,୫୪୨ ରହିଛି।‌ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାରେ ଆକ୍ରାନ୍ତ ହୋଇ ୨୨ ଜଣଙ୍କ ଜୀବନ ଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୩୫୭କୁ ବୃଦ୍ଧି ପାଇଛି।

Notice

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୬୬ ଚିହ୍ନଟ ହୋଇଛନ୍ତି ଏବଂ କଟକ ଜିଲ୍ଲାରୁ ୭୩୧ ।ଅନୁଗୁଳରୁ ୪୭୧, ବରଗଡ଼ରୁ ୩୨୦, ଭଦ୍ରକରୁ ୩୫୦, ବାଲେଶ୍ୱରରୁ ୨୬୯, ବଲାଙ୍ଗୀରରୁ ୨୯୧, ବୌଦ୍ଧରୁ ୨୫୦, ଦେବଗଡ଼ରୁ ୧୧୪, ଢେଙ୍କାନାଳରୁ ୭୭, ଗଜପତିରୁ ୫୬, ଗଞ୍ଜାମରୁ ୨୦୩, ଜଗତସିଂହପୁରରୁ ୧୫୯, ଯାଜପୁରରୁ ୩୩୦, ଝାରସୁଗୁଡ଼ାରୁ ୩୧୨ , କଳାହାଣ୍ଡିରୁ ୫୯୯, କନ୍ଧମାଳରୁ ୫୪, କେନ୍ଦ୍ରାପଡ଼ାରୁ ୧୬୪, କେନ୍ଦୁଝରରୁ ୨୦୪, କୋରାପୁଟରୁ ୩୩୮, ମାଲକାନଗିରିରୁ ୭୭, ମୟୂରଭଞ୍ଜରୁ ୪୫୮, ନବରଙ୍ଗପୁରରୁ ୩୩୪, ନୟାଗଡ଼ରୁ ୨୭୩, ନୂଆପଡ଼ାରୁ ୧୪୫, ପୁରୀରୁ ୪୭୨, ରାୟଗଡ଼ାରୁ ୧୬୩, ସମ୍ବଲପୁରରୁ ୪୦୫, ସୋନପୁରରୁ ୭୩, ସୁନ୍ଦରଗଡ଼ରୁ ୮୧୯ଜଣ ଓ ଷ୍ଟେଟ୍ ପୁଲରୁ ୨୪୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬,୩୩,୩୦୨ରେ ପହଞ୍ଚିଛି। ସେହିପରି ଆକ୍ଟିଭ୍‌ କେସ୍‌-୧,୦୪,୫୩୯ ଥିବାବେଳେ ୫,୨୬,୩୫୩ ଜଣ ସୁସ୍ଥ ହୋଇଛନ୍ତି।

Leave A Reply

Your email address will not be published.