ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର

ତା-୧୮-୦୫-୨୦୨୧
୧୦ ପ୍ରତିଶତ କର୍ମଚାରୀରେ ଚାଲିବ ସରକାରୀ ଅଫିସ । ଅଫିସ କାର୍ଯ୍ୟ ପାଇଁ ଗାଇଡଲାଇନ ଜାରି କରିଛନ୍ତି ରାଜ୍ୟ ସରକାର । ରାଜ୍ୟରେ କାଲିଠୁ ଆରମ୍ଭ ହେବାକୁ ଯାଉଛି ଲକଡାଉନ୍ ୨.୦ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକଡାଉନ ଅବଧିକୁ ଜୁନ ୧ ଯାଏ ବୃଦ୍ଧି କରିଛନ୍ତି ।

ନୂଆ ଗାଇଡଲାଇନ୍ ଅନୁସାରେ ୧୦ ପ୍ରତିଶତ କର୍ମଚାରୀରେ ସରକାରୀ ଅଫିସ ଚାଲିବ । ପୋଲିସ, ହୋମଗାର୍ଡ, ଅଗ୍ନିଶମ, ଜେଲ୍, ଓ ପୌର କର୍ମଚାରୀଙ୍କ ସମେତ ଅତ୍ୟାବଶ୍ୟକ ସେବାରେ ଜଡିତ କର୍ମଚାରୀଙ୍କ ପାଇଁ କୌଣସି କଟକଣା ନାହିଁ ।
ରାଜ୍ୟରେ ଆଉ ୨ ସପ୍ତାହ ଯାଏ ଲକ୍ଡାଉନ୍ ଅବଧି ବଢ଼ାଇଛନ୍ତି ରାଜ୍ୟ ସରକାର। ପୂର୍ବରୁ ୧୯ ତାରିଖ ଯାଏ ଲକ୍ଡାଉନ୍ ଥିଲା। ଏବେ ଲକ୍ଡାଉନ୍ ଅବଧିକୁ ଜୁନ୍ ୧ ଯାଏ ରାଜ୍ୟ ସରକାର ବଢ଼ାଇଛନ୍ତି। ଏନେଇ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଘୋଷଣା କରିଛନ୍ତି। ଏହାସହ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ସମୟ ସକାଳ ୭ଟାରୁ ୧୧ଟା ଯାଏ ରହିଛି। ଏଣିକି ଦୈନିକ ୬ ଘଣ୍ଟା ବଦଳରେ ୪ ଘଣ୍ଟାକୁ କମାଇ ଦିଆଯାଇଛି।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia
