News portal website
before header
[URIS id=5393]

କ’ଣ ହୋଇପାରିବ ଜମିଜମା ସଂକ୍ରାନ୍ତୀୟ ସମସ୍ୟାର ସମାଧାନ…..

0 538

ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର

Notice

ତା-୧୯-୦୫-୨୦୨୧

ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟଗୁଡ଼ିକର ଜମିଜମା ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ଦିଗରେ ତ୍ଵରିତ ପଦକ୍ଷେପ ଗ୍ରହଣ ଉପରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଗୁରୁତ୍ୱାରୋପ କରିଛନ୍ତି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଆଜି ଏହି ପରିପ୍ରେକ୍ଷୀରେ ଭର୍ଦୁଆଲ୍ ମାଧ୍ୟମରେ ଆୟୋଜିତ ଏକ ଉଚ୍ଚସ୍ତରୀୟ ବୈଠକରେ ମନ୍ତ୍ରୀ ଡ. ସାହୁ ଅଧ୍ୟକ୍ଷତା କରିଥିବାବେଳେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ଵତ ମିଶ୍ର, ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ ।

ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକର ନିଜ ନାମରେ ଜମି ରେକର୍ଡ ନଥିବା କ୍ଷେତ୍ରରେ ନାକ୍ ମାନ୍ୟତା ସମେତ ବିଭିନ୍ନ ଅନୁଦାନ ମିଳିବାରେ ବାଧା ସୃଷ୍ଟି ହେଉଥିବା ଦୃଷ୍ଟିରୁ ଜମିଜମା ସଂକ୍ରାନ୍ତୀୟ ସମସ୍ୟାର ତୁରନ୍ତ ସମାଧାନ ହେବା ଆବଶ୍ୟକ । ଅନେକ ଅଗ୍ରଣୀ ମହାବିଦ୍ୟାଳୟର ଜମିଜମା ସଂକ୍ରାନ୍ତ ସମସ୍ୟା ଦୀର୍ଘ ଦିନ ହେଲା ସମାଧାନ ନହୋଇ ପଡ଼ି ରହିଥିବାବେଳେ ଆବଶ୍ୟକ ଭିତ୍ତିଭୂମିର ବିକାଶ ହୋଇପାରୁନାହିଁ ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ତେଣୁ, ଏ ଦିଗରେ ସମାଧାନର ପନ୍ଥା ନିର୍ଦ୍ଧାରଣ ହୋଇପାରିଲେ ମହାବିଦ୍ୟାଳୟଗୁଡ଼ିକର ଉନ୍ନୟନ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରିବ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ ।ଯେଉଁସବୁ ମହାବିଦ୍ୟାଳୟର ଜମିଜମା ସମସ୍ୟା ରହିଛି ସେହିସବୁ ମହାବିଦ୍ୟାଳୟର ଅଧ୍ୟକ୍ଷମାନେ ଜମିଜମାର ସ୍ଥିତାବସ୍ଥା ସଂପର୍କରେ ବିସ୍ତୃତ ବିବରଣୀ ବିଭାଗକୁ ପ୍ରଦାନ କରିବା ପରେ ଜମିଜମା ରେକର୍ଡ ନିୟମିତ କରିବା ଦିଗରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏକ ନୀତିଗତ ନିଷ୍ପତ୍ତି ଗ୍ରହଣ କରିବା ପାଇଁ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.