News portal website
before header
[URIS id=5393]

ଆଜି ଗୋଟିଏ ଦିନରେ ୧୧.୦୯୯ କରୋନା ରୋଗୀ ଚିହ୍ନଟ ।

0 182

ରାଜ୍ୟରେ କରୋନା ଦୈନିକ ସଂକ୍ରମଣ କମିବାର ନାଁ ଧରୁନି।
ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୧,୦୯୯ କରୋନା ରୋଗୀ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନେର ୬୨୧୪ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟରେ ଅଛନ୍ତି ୪୮୮୫।

Notice

ଖୋର୍ଦ୍ଧା ଜିଲ୍ଲାରୁ ୧୪୬୦ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡରୁ ଚିହ୍ନଟ ହୋଇଛନ୍ତି ୯୮୩ । ସେହିପରି ଅନଗୁଳରୁ ୫୫୨, ବାଲେଶ୍ୱରରୁ ୪୦୮, ବରଗଡରୁ ୩୩୯, ଭଦ୍ରକରୁ ୪୩୧, ବଲାଙ୍ଗିରରୁ ୨୮୮, ବୌଦ୍ଧରୁ ୨୧୩, କଟକରୁ ୮୬୭, ଦେବଗଡରୁ ୧୦୭ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।
ସେହିପରି ମାଲକାନଗିରିରୁ ୧୦୨, ମୟୂରଭଞ୍ଜରୁ ୫୦୭, ନବରଙ୍ଗପୁରରୁ ୩୫୧, ନୟାଗଡରୁ ୨୭୭, ନୂଆପଡ଼ାରୁ ୨୩୨, ପୁରୀରୁ ୩୫୬, ରାୟଗଡ଼ାରୁ ୧୭୦, ସମ୍ବଲପୁରରୁ ୫୪୭, ସୋନପୁରରୁ୨୫୨ ଏବଂ ଷ୍ଟେଟ ପୁଲିଂରୁ ୨୪୨ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬,୪୪,୪୦୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି କରୋନାରୁ ସୁସ୍ଥ ହୋଇଛନ୍ତି ୫,୩୬,୫୯୫ ଜଣ। ରାଜ୍ୟରେ ବର୍ତ୍ତମାନ ଆକ୍ଟିଭ କେସ ୧,୦୫,୩୭୫ ରହିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂତ୍ରରୁ ଜଣାଯାଇଛି।

Leave A Reply

Your email address will not be published.