ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

ତା-୨୧-୦୫-୨୦୨୧
ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେଊଛି । ଯାହା ଆସନ୍ତାକାଲି ସୁଦ୍ଧା ଲଘୁଚାପରେ ପରିଣତ ହେବ । ଆଜି ଆଣ୍ଡାମାନ ଓ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇସାରିଛି । ୨୩ରେ ଅବପାତର ରୂପ ନେବ । ୨୪ରେ ବାତ୍ୟାରେ ରୂପାନ୍ତରିତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ।

ଏହା ପ୍ରଭାବରେ ୨୫ରୁ ଓଡ଼ିଶା ଉପକୂଳ ଅଞ୍ଚଳରେ ବର୍ଷା ଆରମ୍ଭ ହେବ । ସାଧାରଣତଃ ବାତ୍ୟା ଗତିପଥର ଡାହାଣ ପାଶ୍ୱର୍ରେ ଅଧିକ ପବନ ଓ ବର୍ଷା ହୁଏ । ବାତ୍ୟାର ବାମପଟେ ଅର୍ଥାତ ଓଡ଼ିଶା ଉପକୂଳ ଅଞ୍ଚଳ ମଧ୍ୟ ପ୍ରଭାବିତ ହେବ ।ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗର କିଛି ଅଞ୍ଚଳ ଅଧିକ ପ୍ରଭାବିତ ହେବ ।

ଅବପାତରେ ପରିଣତ ହୋଇନଥିବାରୁ ଲ୍ୟାଣ୍ଡଫଳ ସ୍ଥାନ ନିରୂପଣ ହୋଇନାହିଁ ବୋଲି ଆଏମଡି ଡିଜି ମୃତୁଞ୍ଜୟ ମହାପାତ୍ର କହିଛନ୍ତି ।ଅନ୍ୟପକ୍ଷରେ ବାତ୍ୟା ପ୍ରସ୍ତୁତି ନେଇ ଆଜି ସ୍ୱତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ ଜେନା ସୂଚନା ଦେଇ କହିଛନ୍ତି ଯେ, ସମ୍ଭାବ୍ୟ ବାତ୍ୟା ନେଇ ଆଜି ଆଇଏମଡି, ଏନଡିଏମଏ ସହ ବୈଠକ ହୋଇଛି ।

ଆଇଏମଡି ଆକଳନ ଅନୁସାରେ କାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ୨୩ ରେ ତାହା ଡିପ୍ରେସନ ଓ ୨୪ ରେ ବାତ୍ୟାରେ ପରିଣତ ହେବ । ପ୍ରାକ ଆକଳନ ଅନୁସାରେ ଉତ୍ତର ଓଡ଼ିଶା-ସୁନ୍ଦରବନ ମଧ୍ୟରେ ସ୍ଥଳ ଭାଗ ଛୁଇଁବ । ତେବେ ତାହାର ଗତି, ବେଗ ଓ ତୀବ୍ରତା କେତେ ରହିବ ସେ ନେଇ ଆଇଏମଡି କହିନି । ତେବେ ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ପ୍ରସ୍ତୁତ ରହିଥିବା ସେ କହିଛନ୍ତି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia
