ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

ତା-୨୨-୦୫-୨୦୨୧
ଆଜି ଅପରାହ୍ଣରେ ସାମ୍ଭାବ୍ୟ ବାତ୍ୟା ୟଶ୍ ମୁକାବିଲାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିବେ । ରାଜ୍ୟର ୧୪ ଉପକୂଳବର୍ତ୍ତୀ ଜିଲ୍ଲାରେ କିଭଳି ରହିଛି ବାତ୍ୟା ମୁକାବିଲା ପ୍ରସ୍ତୁତି ସେହି ବୈଠକରେ ସେ ସମୀକ୍ଷା କରିବେ ।ଆଜିର ସମୀକ୍ଷା ବୈଠକରେ ମୁଖ୍ୟ ସଚିବ ସୁରେଶ ମହାପାତ୍ର, ସ୍ୱତନ୍ତ୍ର ରିଲିଫ କମିଶନର, ଉପକୂଳବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀ ସାମିଲ ହେବେ ।

ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ଆଶ୍ରୟସ୍ଥଳୀ ସଜାଡିବା, ଭିତ୍ତିଭୂମି ସହ ସମ୍ଭାବ୍ୟ ବାତ୍ୟାରେ ବିପନ୍ନଙ୍କୁ ଉଦ୍ଧାର, ସେମାନଙ୍କୁ ଥଇଥାନ, ପୁନରୁଦ୍ଧାର କାର୍ଯ୍ୟକୁ କିଭଳି ତ୍ୱରାନ୍ୱିତ କରାଯାଇ ପାରିବ ସେନେଇ ଆଗକୁ ପଦକ୍ଷେପ ନେବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia
