ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

ତା-୨୪-୦୫-୨୦୨୧
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘଣ୍ଟାକୁ ୪ କିମି ବେଗରେ ପ୍ରଥମେ ଅବପାତର ରୂପ ଓ ପରେ ଗଭୀର ଅବପାତ ରୂପେ ଗତି କରୁଛି । ଆଉ କିଛି ସମୟ ମଧ୍ୟରେ ଅବପାତ ବାତ୍ୟା ୟାସରେ ପରିଣତ ହେବ ।ଏହି ଗଭୀର ଅବପାତ ଧୀରେଧୀରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି ପରି ପ୍ରଥମେ ବାତ୍ୟା ଓ ଏହାର ୨୪ ଘଣ୍ଟା ପରେ ଅତି ଭୀଷଣ ବାତ୍ୟାର ରୂପ ନେବ। ୨୬ ତାରିଖରେ ଏହି ସମ୍ଭାବ୍ୟ ବାତ୍ୟା ଲ୍ୟାଣ୍ଡଫଲ କରିବ।

ଓଡ଼ିଶାର ପାରାଦୀପ ଠାରୁ ପଶ୍ଚିମବଙ୍ଗର ସାଗର ଦ୍ୱୀପ ମଧ୍ୟରେ ଏହାର ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ଅନୁମାନ କରିଛି ।ବିଭାଗର ସୂଚନା ଅନୁଯାୟୀ, ଅତି ଭୀଷଣ ବାତ୍ୟା ୨୬ ତାରିଖ ସନ୍ଧ୍ୟାରେ ହିଁ ସ୍ଥଳଭାଗ ଅତିକ୍ରମ କରିବ। ଏହାର ପ୍ରଭାବ ରାତି ୧୨ଟା ଯାଏଁ ଅନୁଭୂତ ହେବ। ୟାସ୍ ଲ୍ୟାଣ୍ଡଫଲ ବେଳେ ପବନର ଘଣ୍ଟାପ୍ରତି ବେଗ ୧୬୦ରୁ ୧୭୦ କିମି ଓ ବେଳେବେଳେ ୧୮୫ରୁ ଉର୍ଦ୍ଧ୍ବ ହୋଇପାରେ ବୋଲି କୁହାଯାଇଛି ।

ତେବେ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ବାତ୍ୟା ୟାସ୍ ପ୍ରଭାବ ୨୫ ତାରିଖରୁ ବର୍ଷା ଆରମ୍ଭ ହୋଇଯିବ। ଆସନ୍ତା ୨୬ ତାରିଖରେ ରାଜ୍ୟର ଚାରି ଜିଲ୍ଲା ବିଶେଷତଃ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଅତି ପ୍ରବଳ ବର୍ଷା ହେବ। ଜଗତସିଂହପୁର, କଟକ, ଯାଜପୁର ଓ କେନ୍ଦୁଝରରେ ପ୍ରବଳ ବର୍ଷାର ଆଶଙ୍କା ରହିଛି।

୨୭ ତାରିଖରେ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳ ବର୍ଷାର ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଆସନ୍ତା ୨୭ ତାରିଖରେ ଏହି ବର୍ଷାର ପରିମାଣ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ କମିଯିବ। କେବଳ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia
