ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

ତା-୨୭-୦୫-୨୦୨୧
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତକଙ୍କ ସଂଖ୍ୟା ବଢିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୭୩୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୧୮କୁ ବୃଦ୍ଧି ପାଇଛି ।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୩୨୭୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୬୪୪୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୬୨୩୬୨୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଏହାସହ କରୋନାରେ ମୋଟ୍ ମୃତକଙ୍କ ସଂଖ୍ୟା ୨୬୧୮ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ରହିଛି । ଏବେ ସୁଦ୍ଧା ରାଜ୍ୟରେ ୧୧୫୫୨୯୮୫ସାମ୍ପୁଲ ଟେଷ୍ଟ୍ ହୋଇଛି ।
ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia
