ଅଷ୍ଟିନ ନ୍ୟୁଜ / ଭୁବନେଶ୍ଵର

ତା-୩୦-୦୫-୨୦୨୧
ମହାରଥୀ ପରିବାରକୁ ଆଉ ଏକ ଦୁଃଖର ବାଦଲ । ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କ ପରଲୋକ । ୬୪ବର୍ଷ ବୟସରେ ପ୍ରଣୟଙ୍କର ପରଲୋକ ହୋଇଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଯାଇଛି ।

ଖବର ଅନୁଯାୟୀ, ପ୍ରଣୟ କିଛି ଦିନ ତଳେ କରୋନାରେ ଆକ୍ରାନ୍ତ ହୋଇଛି ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ରହିଥିଲେ । ରବିବାର ଦିନ ସକାଳୁ ତାଙ୍କର ମୃତ୍ୟୁ ହୋଇଯାଇଛି ବୋଲି ପ୍ରଣୟଙ୍କ ପୁଅ ଶାକ୍ୟ ପ୍ରତାପ ମହାରଥୀ ସୂଚନା ଦେଇଛନ୍ତି । ପୁରା ପରିବାରରେ ଦୁଃଖର କଳା ବାଦଲ ପଡ଼ିଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୪ବର୍ଷ ହୋଇଥିଲା ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia
