ରାଜ୍ୟରେ ପୁଣି ବଢିଲା ଲକଡାଉନ୍ ଜୁନ ୧ ତାରିଖ ସକାଳେ ଶେଷ ହେବାକୁ ଥିଲା ବେଳେ ପୁଣି ଜୁନ ୧୭ ଯାଏଁ ଲକ୍ କୁ ବଳବତ୍ତ ରଖିବାକୁ ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି । ଦୀର୍ଘ ୧୬ଦିନ ପର୍ଯ୍ୟନ୍ତ ଲକଡାଉନ୍ ବଢିଥିବା ସୂଚନା ମିଳିଛି

ଶୁକ୍ରବାର ସନ୍ଧ୍ୟା ୬ରୁ ସୋମବାର ସକାଳ ୫ ପର୍ଯ୍ୟନ୍ତ ସଟଡାଉନ୍ ଲକଡାଉନ୍ ବେଳେ ପୂର୍ବରୁ ଜାରି ସମସ୍ତ କଟକଣା ବଳବତ୍ତର ରହିବ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର। ତେବେ ସଂକ୍ରମଣ କମୁଥିବା ୩ଟି ଜିଲ୍ଲାରେ ଲକଡାଉନ୍ କଟକଣାକୁ ସାମାନ୍ୟ କୋହଳ କରାଯାଇଛି। କଟକଣା କୋହଳ ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା ନୂଆପଡ଼ା, ଗଜପତି ଓ ସୁନ୍ଦରଗଡ଼ ଏହି ୩ଟି ଜିଲ୍ଲାରେ ସକାଳ ୭ଟାରୁ ଦିନ ୧ଟା ଯାଏଁ କେବଳ ସେଲୁନ୍, ସ୍ପା ଓ ମଲ୍କୁ ଛାଡ଼ି ବାକି ସବୁ ଦୋକାନ ଖୋଲା ରହିବ।
ଏହି ୩ଟି ଜିଲ୍ଲାରେ ସଂକ୍ରମଣ ବଢ଼ିଲେ ପୁଣି କଟକଣା ଲାଗୁ ହେବ ଏବଂ ବାକି ୨୭ ଜିଲ୍ଲାରେ ସଂକ୍ରମଣ କମିଲେ ପର୍ଯ୍ୟାୟ କ୍ରମେ କଟକଣା କୋହଳ ହେବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ରାଜ୍ୟରେ କରୋନାର ଦ୍ୱିତୀୟ ଲହରକୁ କାବୁ କରିବା ପାଇଁ ପ୍ରଥମେ ମେ ୫ରୁ ୧୯ ଯାଏଁ ଲକଡାଉନ୍ ଘୋଷଣା ହୋଇଥିଲା, ଯାହାକୁ ପରେ ଜୁନ୍ ୧ ଯାଏଁ ଏବଂ ଆଜି ପୁଣି ଜୁନ୍ ୧୭ ଯାଏଁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି।
ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।
ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
https://www.youtube.com/AustinNewsMedia
http://facebook.com/AustinNewsMedia
https://twitter.com/AustinNewsMedia

