ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

ତା-୦୧-୦୬-୨୦୨୧
ବାତ୍ୟା ୟାସ୍ ମୁକାବିଲା ଓ ପୁନରୁଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ଅଗ୍ନିଶମବାହିନୀର ୧୦ଜଣ କର୍ମଚାରୀ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି ।ବାତ୍ୟା ଦ୍ବାରା କ୍ଷତିଗ୍ରସ୍ତ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାରେ ନିୟୋଜିତ ହୋଇଥିବା ଅଗ୍ନିଶମ ସେବା ସଂସ୍ଥାର ୧୦ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।

ସଂକ୍ରମିତ କର୍ମଚାରୀଙ୍କୁ କୋଭିଡ କେୟାର ସେଣ୍ଟରରେ ରଖାଯାଇଥିବାବେଳେ ଅନ୍ୟ କର୍ମଚାରୀଙ୍କୁ ଆଇସୋଲେସନରେ ଭର୍ତ୍ତି କରାଯାଇଛି ।କୋଭିଡ୍ ଆକ୍ରାନ୍ତ କର୍ମଚାରୀଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ବୁଝି ସହାୟତା ଯୋଗାଇବା ପାଇଁ ଅଗ୍ନିଶମ ନିର୍ଦ୍ଦେଶାଳୟ ପକ୍ଷରୁ ବିଭାଗୀୟ ଅଧିକାରୀମାନଙ୍କୁ କୁହାଯାଇଛି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia
