News portal website
before header
[URIS id=5393]

ରାଜ୍ୟରେ CHSE (+2) ପରୀକ୍ଷା ବାତିଲ

0 283

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୪-୦୬-୨୦୨୧

ରାଜ୍ୟରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ୍‌ ଘୋଷଣା କରିଛନ୍ତି । କରୋନା ସଂକ୍ରମଣ ବୃଦ୍ଧି ସମୟରେ CHSE ପରୀକ୍ଷାକୁ ନେଇ ଛାତ୍ରଛାତ୍ରୀ ଏବଂ ଅଭିଭାବକଙ୍କ ମଧ୍ୟରେ ରହିଥିବା ଦ୍ୱନ୍ଦ ଏବେ ସରକାର ଦୂର କରିଛନ୍ତି ।ପରୀକ୍ଷାଠାରୁ ଛାତ୍ରଛାତ୍ରୀଙ୍କ ଜୀବନ ଅଧିକ ଗୁରୁତ୍ୱପୂର୍ଣ୍ଣ ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ପରୀକ୍ଷା ହୋଇଥିଲେ ଛାତ୍ରଛାତ୍ରୀ ଏବଂ ଶିକ୍ଷକ-ଶିକ୍ଷୟିତ୍ରୀ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତେ । ଛାତ୍ର ସମାଜର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ଏପରି ନିଷ୍ପତ୍ତି ନିଆଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ତେବେ ବିଶେଷଜ୍ଞଙ୍କ ମାପଦଣ୍ଡ ଅନୁସାରେ ପରୀକ୍ଷା ଫଳ ସ୍ଥିର କରାଯିବ ବୋଲି ସୂଚନା ମିଳିଛି । ଫଳ ନେଇ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ପୁଣି ଚାହିଁଲେ ପରୀକ୍ଷା ଦେଇ ପାରିବେ ବୋଲି କୁହାଯାଇଛି । ହେଲେ ଏହି ପରୀକ୍ଷା କେବେ କରାଯିବ ସେ ନେଇ CHSE ତାରିଖ ଘୋଷଣା କରିବ ।

ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ନେଇ ସିବିଏସ୍‌ସି ଛାତ୍ରଛାତ୍ରୀ ଚିନ୍ତାରେ ଥିଲେ । ମଙ୍ଗଳବାର କେନ୍ଦ୍ର ସରକାର ସିବିଏସ୍‌ଇର ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ରଦ୍ଦ କରିଥିଲେ ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଏହି ଘୋଷଣା ପରେ ବିଭିନ୍ନ ରାଜ୍ୟ ଯଥା- ହରିୟାଣା, ରାଜସ୍ଥାନ, ଉତ୍ତରପ୍ରଦେଶ, ଗୁଜୁରାଟ, ଉତ୍ତରାଖଣ୍ଡ, ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ର ସରକାର ମଧ୍ୟ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ୍‌ କରିଛନ୍ତି । ତେବେ ଆଜି ଓଡ଼ିଶା ସରକାର ଯୁକ୍ତ ଦୁଇ ପରାକ୍ଷା ବାତିଲ୍‌ ନେଇ ଘୋଷଣା କରିଛନ୍ତି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.