News portal website
before header
[URIS id=5393]

ଲଗାତାର କମୁଛି ସଂକ୍ରମଣ, ସତର୍କ ରହିବା ଜରୁରୀ

0 206

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୬-୦୬-୨୦୨୧

ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୦୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୩୦୯୬ରେ ପହଞ୍ଚିଛି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯୨୧ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୦୮୧ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୩୮ଜଣ, ବାଲେଶ୍ୱର ଜିଲ୍ଲାରୁ ୩୩୧ଜଣ, ବରଗଡ଼ ଜିଲ୍ଲାରୁ ୧୧୭ଜଣ, ଭଦ୍ରକ ଜିଲ୍ଲାରୁ ୨୬୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୮୯ଜଣ, ବୌଦ୍ଧ ଜିଲ୍ଲାରୁ ୧୩୪ଜଣ, କଟକ ଜିଲ୍ଲାରୁ ୭୭୧ଜଣ, ଦେଓଗଡ଼ ଜିଲ୍ଲାରୁ ୬୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦୬ଜଣ, ଗଜପତି ଜିଲ୍ଲାରୁ ୪୮ଜଣ, ଗଞ୍ଜାମ ଜିଲ୍ଲାରୁ ୭୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩୨ଜଣ, ଯାଜପୁର ଜିଲ୍ଲାରୁ ୪୮୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯୭ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦୩ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୬୭ଜଣ, କୋରାପୁଟ ଜିଲ୍ଲାରୁ ୧୫୮ଜଣ, ମାଲକାନଗିରି ଜିଲ୍ଲାରୁ ୯୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୭୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯୮ଜଣ, ନୟାଗଡ଼ ଜିଲ୍ଲାରୁ ୧୯୬ଜଣ, ନୂଆପଡ଼ା ଜିଲ୍ଲାରୁ ୨୮ଜଣ, ପୁରୀ ଜିଲ୍ଲାରୁ ୩୦୬ଜଣ, ରାୟଗଡ଼ା ଜିଲ୍ଲାରୁ ୨୨୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୭ଜଣ, ସୋନପୁର ଜିଲ୍ଲାରୁ ୫୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୪୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୦୭ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧୩୦୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୮୦୩୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୩୨୦୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୧୮୩୧୧୬ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏହି ଭଳି ସଂକ୍ରମଣ କମୁଥିବା ବେଳେ ଆମକୁ ଅଧିକ ସତର୍କତା ସହିତ ଚଳିବାର ଆବଶ୍ଯକ ମନେହୁଏ। ଯାହା ଫଳରେ କରୋନା ସମ୍ପୂର୍ଣ୍ଣ ରୂପେ ଦୁର୍ବଳ ହୋଇପାରିବ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.