News portal website
before header
[URIS id=5393]

ପୁରା ଦେଶ ପାଇଁ ମାଗଣା ଟୀକା

0 274

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

ତା-୦୭-୦୬-୨୦୨୧

କରୋନା ମହାମାରୀ ଭିତରେ ପ୍ରଧାନମନ୍ତ୍ରୀ ଆଜି ଏକ ବଡ଼ ଘୋଷଣା କରିଛନ୍ତି । ଭାରତର ୧୮ ବର୍ଷରୁ ଅଧିକ ସମସ୍ତ ନାଗରିକଙ୍କୁ ମାଗଣା କରୋନା ଟିକା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି । କେନ୍ଦ୍ର ସରକାର ଟିକା ପ୍ରସ୍ତୁତକାରୀ କମ୍ପାନୀଙ୍କଠାରୁ ଟିକା କ୍ରୟ କରି ରାଜ୍ୟ ସରକାରଙ୍କୁ ମାଗଣା ଯୋଗାଇବ ।

ରାଜ୍ୟ ସରକାରଙ୍କଠାରୁ ଟିକାକରଣ ଦାୟିତ୍ୱ ପ୍ରତ୍ୟାହାର କରାଗଲା ବୋଲି ସେ କହିଛନ୍ତି । ଏହା ସହିତ ଟିକାକୁ ନେଇ ଯେଉଁ ଗୁଜବ ପ୍ରଚାର ହେଉଛି ତାକୁ ବିଶ୍ୱାସ ନକରିବାକୁ ସେ ଆହ୍ୱାନ କରିଛନ୍ତି । କରୋନା କର୍ଫ୍ୟୁରେ ଢିଲା ଦିଆଯିବାକୁ କରୋନା ଚାଲିଗଲା ବୋଲି ନଭାବିବାକୁ ସେ କହିଛନ୍ତି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ଟିକା ପାଇଁ କେନ୍ଦ୍ରକୁ ଟଙ୍କା ଦେବ ନାହିଁ । କମ୍ପାନୀଙ୍କଠାରୁ ଟିକା କିଣିବା ଓ ବିତରଣ କରିବା ଦାୟିତ୍ୱ କେନ୍ଦ୍ରର ରହିବ । ତେବେ ଯେଉଁମାନେ ଚାହିଁବେ ସେମାନେ ଘରୋଇ ହସ୍ପିଟାଲରେ ଟଙ୍କା ଦେଇ ଟିକା ନେଇ ପାରିବେ । ଦେଶରେ ତିଆରି ହେଉଥିବା ଟିକାର ୨୫ ପ୍ରତିଶତ ଘରୋଇ ହସ୍ପିଟାଲ ସିଧା ନେଇ ପାରିବେ ।

ଏଥିପାଇଁ ଘରୋଇ ହସ୍ପିଟାଲ ସର୍ବାଧିକ ୧୫୦ ଟଙ୍କା ଯାଏଁ ସର୍ଭିସ ଚାର୍ଜ୍ ନେଇ ପାରିବେ । ଘରୋଇ ହସ୍ପିଟାଲରେ ଟିକାକରଣ କାର୍ଯ୍ୟକ୍ରମକୁ ରାଜ୍ୟ ସରକାର ମନିଟର କରିବେ ।ଟିକାକରଣକୁ ନେଇ ରାଜନୀତି ନକରିବାକୁ ପ୍ରଧାନମନ୍ତ୍ରୀ ଆହ୍ୱାନ କରିଛନ୍ତି । ଏହାସହିତ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାକୁ ଆସନ୍ତା ଦିପାବଳୀ ପର୍ଯ୍ୟନ୍ତ ବଢାଯିବା ବୋଲି ମଧ୍ୟ ପ୍ରଧାନମନ୍ତ୍ରୀ କହିଛନ୍ତି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର theaustinnews@gmail.com ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.