ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

ତା-୦୯-୦୬-୨୦୨୧
ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ଓଡିଶା ଛୁଇଁବ ମୌସୁମୀ ବାୟୁ। ୧୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଲଘୁଚାପ ସହ ଓଡିଶାରେ ସକ୍ରିୟ ହେବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବା ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ କରିଛି ପାଣିପାଗ ବିଭାଗ। ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଅନୁଗୁଳ, ଢେଙ୍କାନାଳ, ପୁରୀ ଏବଂ ଖୋର୍ଦ୍ଧା ଜିଲ୍ଲାକୁ ସତର୍କତା କରାଯାଇଛି।

ଏହା ସହ ଆସନ୍ତା ୧୧ ରୁ ୧୩ ତାରିଖ ଯାଏଁ ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ତେବେ ୧୦ ତାରିଖ ପାଇଁ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବ। ତେବେ ଏନେଇ ଜିଲ୍ଲାପାଳ ମାନଙ୍କୁ ସଜାଗ ରହିବାକୁ ଏସଆରସି ଚିଠି ଲେଖିଛନ୍ତି। ଲୋକଙ୍କୁ ସଚେତନ କରାଇବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia
