News portal website
before header
[URIS id=5393]

ରାଜ୍ୟ କ୍ୟାବିନେଟର ୧୧ଟି ପ୍ରସ୍ତାବ ଉପରେ ମୋହର

0 422

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୧୦-୦୬-୨୦୨୧

ରାଜ୍ୟ କ୍ୟାବିନେଟ ବୈଠକରେ ୧୧ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ଏସବୁ ଭିତରେ ରହିଛି ୪ଟି ବିଜୁ ଏକ୍ସପ୍ରେସ ୱେ ନିର୍ମାଣ ଓ ପ୍ରଶସ୍ତିକରଣ । ପଶ୍ଚିମ ଓଡ଼ିଶାରେ ଗମନାଗମନ ପାଇଁ ଏହି ନିଷ୍ପତ୍ତି ନିଆଯାଇଛି । ନୂଆପଡ଼ାରୁ କଳାହାଣ୍ଡି ଯାଏଁ ବିଜୁ ଏକ୍ସପ୍ରେସ ୱେ ୪ ଲେନ୍ ହେବ । ୧୭୪ କିଲୋମିଟର ବିଶିଷ୍ଟ ରାସ୍ତାରେ ମୋଟ ୪୪୮ କୋଟି ଟଙ୍କା ଖର୍ଚ୍ଚ ହେବ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।ଅର୍ଥ, ମତ୍ସ୍ୟ ଓ ପ୍ରାଣୀ ସଂପଦ, ସାଧାରଣ ପ୍ରଶାସନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରସ୍ତାବକୁ ମଧ୍ୟ ଅନୁମୋଦନ ମିଳିଛି ସେହିପରି ଓଡ଼ିଶା ପ୍ରଶାସନିକ ସେବା ବା ଓଏଏସ ପାହ୍ୟାରେ ଆଉ ୨୨୦ଟି ନୂଆ ପଦବୀ ସୃଷ୍ଟି ପ୍ରସ୍ତାବକୁ ଆଜି ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଏହାସହିତ ଓଏଏସ୍ ପାହ୍ୟାରେ ଥିବା ମୋଟ ମଞ୍ଜୁରୀପ୍ରାପ୍ତ ପଦବୀ ସଂଖ୍ୟା ୧୯୦୩ରୁ ୨୧୨୩କୁ ବୃଦ୍ଧି ପାଇଛି। ଓଏଏସ୍ ପଦବୀର ବରିଷ୍ଠ ପାହ୍ୟାରେ ଏହି ମୋଟ ୨୨୦ଟି ପଦବୀ ସୃଷ୍ଟି ହୋଇଛି ଓ ଏଣ୍ଟ୍ରି ଲେଭଲ୍ ପଦବୀ ସଂଖ୍ୟା ସମାନ ରହିଛି। ସେହପରି ରାଜ୍ୟ କ୍ୟାବିନେଟ ବୈଠକରେ ଆଜି ଓଡ଼ିଶା ପ୍ରଶାସନିକ ସେବା କ୍ୟାଡ଼ରର ପୁନର୍ବିନ୍ୟାସ କରାଯାଇଛି।

ସେହିପରି ଓଡ଼ିଶା ସରକାରୀ କର୍ମଚାରୀଙ୍କ ଆଚରଣ ନିୟମାବଳୀ-୧୯୫୯ର ସଂଶୋଧନକୁ କ୍ୟାବିନେଟ ମଞ୍ଜୁରୀ ଦେଇଛନ୍ତି।୨୦୨୦ ଡିସେମ୍ବର ୨୮ତାରିଖରେ ରାଜ୍ୟ କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତିକୁ କାର୍ଯ୍ୟକାରୀ କରିବା ପାଇଁ ଓଡ଼ିଶା ସରକାରୀ କର୍ମଚାରୀଙ୍କ ଆଚରଣ ନିୟମାବଳୀ-୧୯୫୯ର ନିୟମ-୨୧ରେ ଥିବା ବ୍ୟବସ୍ଥାରେ ସଂଶୋଧନ ଆବଶ୍ୟକ ହୋଇଥିଲା, ଯାହାକୁ କ୍ୟାବିନେଟ ଆଜି ସଂଶୋଧନ ପାଇଁ ମଞ୍ଜୁରୀ ଦେଇଛନ୍ତି।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଓଡ଼ିଶା ସରକାରୀ କର୍ମଚାରୀଙ୍କ ଆଚରଣ ନିୟମାବଳୀ-୧୯୫୯ର ନିୟମ ୨୧ରେ ଧାର୍ଯ୍ୟ ବ୍ୟବସ୍ଥା ଅନୁସାରେ ପ୍ରତ୍ୟେକ ସରକାରୀ କର୍ମଚାରୀ ନିଜ ନାମରେ ଥିବା ସମସ୍ତ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ତଥା ଏହାର ମୂଲ୍ୟ ବିଷୟରେ ଏକ ସତ୍ୟ ଓ ସମ୍ପୂର୍ଣ୍ଣ ଘୋଷଣା କରିବା ଆବଶ୍ୟକ। ରାଜ୍ୟ କ୍ୟାବିନେଟ ୨୦୨୦ ଡିସେମ୍ବର ୨୮ରେ ନେଇଥିବା ନିଷ୍ପତ୍ତି ଅନୁସାରେ ସମସ୍ତ ସରକାରୀ କର୍ମଚାରୀ ଓ ଲୋକପ୍ରତିନିଧିମାନେ ବାର୍ଷିକ ସମ୍ପତ୍ତି ବିବରଣୀ ସରକାରଙ୍କ ନିକଟରେ ଦାଖଲ କରିବା ଆବଶ୍ୟକ। ଏହାକୁ ସାଧାରଣ ଲୋକଙ୍କ ସୂଚନା ପାଇଁ ସାର୍ବଜନୀନ କରାଯିବ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.