News portal website
before header
[URIS id=5393]

କ୍ଷତିଗ୍ରସ୍ତ ଚାଷୀଙ୍କୁ ୟସ ପ୍ୟାକେଜ

0 293

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୧୦-୦୬-୨୦୨୧

ବାତ୍ୟା ୟାସ ପାଇଁ ପ୍ରଭାବିତ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ ଘୋଷଣା । ବାତ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଚାଷୀଙ୍କୁ ମିଳିବ ରାଜ୍ୟ ସରକାରଙ୍କ ସହାୟତା । ୩୩ ପ୍ରତିଶତ ବା ଅଧିକ କ୍ଷତି ହୋଇଥିବା ଫସଲ ପାଇଁ ଅଣଜଳସେଚିତ ଅଞ୍ଚଳରେ ଛୋଟ ଓ ନାମମାତ୍ର ଚାଷୀଙ୍କୁ ହେକ୍ଟର ପିଚ୍ଛା ୬୮୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ଦିଆଯିବ ।

ଜଳସେଚିତ ଅଞ୍ଚଳରେ ହେକ୍ଟର ପିଚ୍ଛା ୧୩ ହଜାର ୫୦୦ ଟଙ୍କା ଏବଂ ସମସ୍ତ ପ୍ରକାର ସବୁଦିନିଆ ଫସଲ ପାଇଁ ହେକ୍ଟର ପିଚ୍ଛା ୧୮ ହଜାର ଟଙ୍କା ଇନ୍‌ପୁଟ ସବ୍‌ସିଡି ଦିଆଯିବ । ଆମ୍ବ, କାଜୁ, ନଡିଆ, କେତକୀ, ପାନ ଆଦି ଫସଲ ସବୁଦିନିଆ ଫସଲ ଶ୍ରେଣୀରେ ଅନ୍ତର୍ଭୁକ୍ତ ।କେବଳ ପ୍ରକୃତ ଚାଷୀ ମାନଙ୍କୁ ଏହି ସହାୟତା ପ୍ରଦାନ କରାଯିବ ।

ସବୁ ଦିନିଆ ଫସଲ ପାଇଁ ଚାଷୀଙ୍କୁ ସର୍ବନିମ୍ନ ୨୦୦୦ ଟଙ୍କା ଓ ଅନ୍ୟ ଫସଲ ପାଇଁ ସର୍ବନିମ୍ନ ୧୦୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ମିଳିବ । ପ୍ରଭାବିତ ଜିଲ୍ଲାର ଚାଷୀମାନଙ୍କୁ ୨୦୨୧ ଖରିଫ ଋତୁ ପାଇଁ ବର୍ତ୍ତମାନ ଦିଆଯାଉଥିବା ରିହାତିର ଅଧିକ ୨୫ ପ୍ରତିଶତ ରିହାତି ସହିତ ଦେଢ ଲକ୍ଷ କ୍ବିଣ୍ଟାଲ ଉନ୍ନତ ମାନର ଧାନ ବିହନ ଯୋଗାଇ ଦିଆଯିବ । ଏହି ରିହାତି ସିଧାସଳଖ ଡିବିଟି ଜରିଆରେ ଚାଷୀଙ୍କ ଆକାଉଣ୍ଟକୁ ଯିବ ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଖରିଫ ଋତୁରେ ଅଧିକ ଅମଳ ପାଇଁ ଏକ ଲକ୍ଷ ଏକର ଜମି ପାଇଁ ୧ ଲକ୍ଷ ଚାଷୀଙ୍କୁ ବିହନ ବିଶୋଧନ ପ୍ରଦର୍ଶନ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯିବ । ଖରିଫ ଋତୁରେ ଧାନ, ଝୋଟ ଓ ଡାଲି ଜାତୀୟ ଫସଲ ପାଇଁ ପ୍ରଭାବିତ ଅଞ୍ଚଳରେ ୨୫ ହଜାର ଏକର ଜମିରେ ପ୍ରଦର୍ଶନ କାର୍ଯ୍ୟକ୍ରମ ଗ୍ରହଣ କରାଯିବ ।ଧାଡି ବୁଣା ଓ ଧାଡି ରୁଆ ଆଦି ଉନ୍ନତ ଚାଷ ପ୍ରଣାଳୀ ଅବଲମ୍ବନ କରୁଥିବା ଚାଷୀଙ୍କୁ ୩୬ ହଜାର ଏକର ଜମି ପାଇଁ ହେକ୍ଟର ପିଚ୍ଛା ୧୫୦୦ ଟଙ୍କା ପ୍ରୋତ୍ସାହନ ରାଶି ଦିଆଯିବ ।

୬୦ ହଜାର ହେକ୍ଟର ଜମିରେ ରୋଗ ପୋକ ମାରିବା ପାଇଁ ଆବଶ୍ୟକତା ଭିତ୍ତିରେ ଇନ୍‌ପୁଟ ସବ୍‌ସିଡି ଚାଷୀ ମାନଙ୍କ ଆକାଉଣ୍ଟକୁ ଦିଆଯିବ । ଉନ୍ନତମାନର କୃଷି ଯନ୍ତ୍ରପାତି କିଣିବାପାଇଁ ପ୍ରଭାବିତ ଜିଲ୍ଲାରେ ଚାଷୀ ମାନଙ୍କୁ ୨୦ କୋଟି ଟଙ୍କାର ରିହାତି ଡିବିଟି ଜରିଆରେ ଦିଆଯିବ । ପ୍ରଭାବିତ ଅଞ୍ଚଳରେ ଚାଷୀ ମାନଙ୍କୁ ରିହାତି ଦରରେ ୨୦୦୦ ପମ୍ପସେଟ୍‌ ଓ ୩୦୦୦ ସ୍ପ୍ରେୟର ଯୋଗାଇ ଦିଆଯିବ ।

ପମ୍ପସେଟ୍‌ ପାଇଁ ୫୦ ପ୍ରତିଶତ ରିହାତିରେ ସର୍ବାଧିକ ୧୫ ହଜାର ଟଙ୍କା, ପାୱାର ସ୍ପ୍ରେୟର ପାଇଁ ୫୦ ପ୍ରତିଶତ ରିହାତିରେ ସର୍ବାଧିକ ୩୮୦୦ ଟଙ୍କା ଓ ହାତରେ ଚାଲୁଥିବା ସ୍ପ୍ରେୟର ପାଇଁ ସର୍ବାଧିକ ୭୫୦ ଟଙ୍କା ରିହାତି ଦିଆଯିବ । ପାନବରଜ ଚାଷ କରୁଥିବା ୧୨୫ ଜଣ ଚାଷୀଙ୍କୁ ଜଣ ପିଚ୍ଛା ୧୫ ହଜାର ଟଙ୍କା ପ୍ରୋତ୍ସାହନ ରାଶି ଡିବିଟି ଜରିଆରେ ଦିଆଯିବ ।୧୦ ହଜାର କ୍ଷତିଗ୍ରସ୍ତ ଚାଷୀଙ୍କୁ ସେମାନଙ୍କ ବାଡିରେ ପରିବା ଚାଷ ପାଇଁ ଉନ୍ନତ ମାନର ଚାରା ୧୧୫ ଟଙ୍କାରେ ଯୋଗାଇ ଦିଆଯିବ ।

ଅଷ୍ଟିନ୍ ନ୍ୟୁଜ୍ ରେ ବିଜ୍ଞାପନ ଦେବା ପାଇଁ ଏବେ ହିଁ ଯୋଗାଯୋଗ କରନ୍ତୁ ୬୩୭୨୯୪୨୬୫୦/6372942650 Or mail-id- [email protected]

ବାତ୍ୟାରେ କ୍ଷତିଗ୍ରସ୍ତ ୫୦ଟି ଛତୁ ଚାଷ ୟୁନିଟ୍‌କୁ ୪୦ ହଜାର ଟଙ୍କା ଲେଖାଏ ଯୋଗାଇ ଦିଆଯିବ । ଏଥିରେ କ୍ଷତିଗ୍ରସ୍ତ ଚାଷୀମାନେ ସେମାନଙ୍କ ଛତୁ ଚାଷ ୟୁନିଟର ପୁନରୁଦ୍ଧାର କରିପାରିବେ । କ୍ଷତିଗ୍ରସ୍ତ ଅଞ୍ଚଳର ଚାଷୀ ମାନଙ୍କୁ କିଟ୍‌ ପିଚ୍ଛା ୧୧୦ ଟଙ୍କାର ୧୦ ହଜାର ପରିବା ମିନି କିଟ୍‌ ମାଗଣାରେ ଯୋଗାଇ ଦିଆଯିବ ।

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜାନାରେ ବୀମାଭୁକ୍ତ ହୋଇଥିବା କ୍ଷତିଗ୍ରସ୍ତ ଚାଷୀ ମାନଙ୍କର ଦାବୀ ଯେପରି ସମାଧାନ ହୋଇପାରିବ, ସେଥିପାଇଁ ଫସଲ କଟା ରିପୋର୍ଟ ତ୍ବରାନ୍ବିତ ଭାବରେ ପ୍ରସ୍ତତ କରିବା ପାଇଁ ପଦକ୍ଷେପ ନିଆଯିବ । କ୍ଷତିଗ୍ରସ୍ତ ଅଞ୍ଚଳର ୩୩ ପ୍ରତିଶତରୁ ଅଧିକ କ୍ଷତି ସହିଥିବା ଚାଷୀମାନଙ୍କର ସ୍ବଳ୍ପ ମିଆଦୀ ଖରିଫ ଋଣକୁ ମଧ୍ୟମ ମିଆଦୀ ଋଣରେ ପରିଣତ କରାଯିବ ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.