ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

ତା-୧୨-୦୬-୨୦୨୧
କରୋନା ମହାମାରୀ ଯୋଗୁଁ ସ୍କୁଲଠୁ ଆରମ୍ଭ କରି କଲେଜ ଓ ବିଶ୍ୱବିଦ୍ୟାଳୟଗୁଡିକର ପାଠପଢ଼ା ବନ୍ଦ ରହିଛି । କାଁ ଭାଁ କିଛି ଶିକ୍ଷାନୁଷ୍ଠାନରେ ଅନଲାଇନ୍ କ୍ଲାସ୍ ହେଉଛି । ଅଧିକାଂଶ କଲେଜ ଓ ବିଶ୍ୱବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି ପରେ ସାବିତ୍ରୀ ଓ ରଜ ଛୁଟି ଆଳ କରି ବହୁ ଶିକ୍ଷକ ଶିକ୍ଷୟିତ୍ରୀ ଅନଲାଇନ୍ କ୍ଲାସ୍ ନେବା ମଧ୍ୟ ବନ୍ଦ କରି ଦେଇଛନ୍ତି ।

ତେବେ କରୋନା ଭଳି ଉଦବେଗଜନକ ପରିସ୍ଥିତି ମଧ୍ୟରେ କିଭଳି ପାଠପଢ଼ା ଜାରି ରହିବ, ସେ ନେଇ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଯୋଜନା ପ୍ରସ୍ତୁତ କରୁଛି ।ସ୍ନାତକ(ୟୁଜି) ଓ ସ୍ନାତକୋତ୍ତର (ପିଜି)ର ନାମଲେଖା, ପାଠପଢା ଓ ପରୀକ୍ଷା ନେଇ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ରାଜ୍ୟର ସମସ୍ତ ବଶ୍ୱବିଦ୍ୟାଳୟ କୁଳପତିମାନଙ୍କ ବୈଠକ ହେବ । ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଏହି ବୈଠକରେ ଅଧ୍ୟକ୍ଷତା କରିବେ । ଲକ୍ ଡାଉନ ବେଳେ ପାଠପଢ଼ା ସହିତ ୟୁଜି/ପିଜି ପରୀକ୍ଷା ନେଇ କୁଳପତିମାନଙ୍କ ମତାମତ ନିଆଯିବ ।

ସେହିପରି ଯୁକ୍ତ ଦୁଇ ଫଳ ବାହାରିବା ପରେ କିଭଳି ସୁରୁଖୁରୁ ଭାବେ ଯୁକ୍ତ ତିନି ନାମଲେଖା ଆରମ୍ଭ ହେବ । ଏ ସମ୍ପର୍କରେ ମଧ୍ୟ ସମସ୍ତ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କ ସହ ବୈଠକ ହେବ । ପରୀକ୍ଷା ନେଇ ଉଭୟ କଲେଜ ଓ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷମାନଙ୍କ ମତ ନିଆଯିବ । ଏହାପରେ ବିଭାଗ ପରୀକ୍ଷା ନେଇ ଚୂଡାନ୍ତ ନିଷ୍ପତ୍ତି ନେବ । ତେବେ କୋଭିଡ୍ ପାଇଁ ଭର୍ଚୁଆଲ୍ ମିଟିଂରେ ଆଲୋଚନା କରାଯିବ ବୋଲି ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia
