News portal website
before header
[URIS id=5393]

ଟଳିଲା ବନ୍ଯା ବିପଦ, ଲଗାଣ ବର୍ଷାର ସମ୍ଭାବନା

0 167

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୧୪-୦୬-୨୦୨୧

ଦକ୍ଷିଣ-ପଶ୍ଚିମ ମୌସୁମୀ ସମଗ୍ର ରାଜ୍ୟକୁ ଛୁଇଁଛି । ମୌସୁମୀ ୧୦ ତାରିଖରୁ ଦକ୍ଷିଣ ଓଡ଼ିଶାକୁ ଛୁଇଁଥିଲା ବେଳେ ରବିବାର ସାରା ଓଡ଼ିଶାକୁ ଛୁଇଁଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ତେବେ ମୌସୁମୀ ପ୍ରଭାବରେ ଯେମିତି ବର୍ଷା ହେବା କଥା ରାଜ୍ୟରେ ସେଭଳି ବର୍ଷା ହୋଇନି । ବିଶେଷ ବର୍ଷାର ସମ୍ଭାବନା ନଥିବା ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି ।

ପୂର୍ବରୁ ରାଜ୍ୟରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହେବ ବୋଲି ଆକଳନ କରାଯାଇଥିଲା । ମାତ୍ର ଜଳସମ୍ପଦ ବିଭାଗ ପକ୍ଷରୁ ରାଜ୍ୟରେ ବନ୍ୟା ସମ୍ଭାବନା ନଥିବା କୁହାଯାଇଛି । କାଁ ଭାଁ କିଛି ସ୍ଥାନରେ ବର୍ଷା ହୋଇଛି।କୃଷି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି ଯେ, ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ।

ଅଷ୍ଟିନ୍ ନ୍ୟୁଜ୍ ରେ ବିଜ୍ଞାପନ ଦେବା ପାଇଁ ଏବେ ହିଁ ଯୋଗାଯୋଗ କରନ୍ତୁ ୬୩୭୨୯୪୨୬୫୦/6372942650 Or mail-id- [email protected]

ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶାରେ ଥିବା ଲଘୁଚାପ ବିହାର ଓ ପୂର୍ବ ଉତ୍ତର ପ୍ରଦେଶ ଆଡେ ମୁହାଁଉଛି। ଏହା ମଧ୍ୟ ଓଡ଼ିଶା ନିକଟରେ ଅଧିକ ଘନୀଭୂତ ହେବ ନାହିଁ । ଆକଳନ କରାଯାଉଛି ଯେ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମେଘୁଆ ରହିବ। ଦକ୍ଷିଣ ଓଡ଼ିଶାରେ ବିକ୍ଷିପ୍ତ ସ୍ୱଳ୍ପ ବର୍ଷା ହେବ ।ଉତ୍ତର ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ସହିତ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଭାରୀ ବର୍ଷା ହେବ ।

ଭୁବନେଶ୍ୱର, ପୁରୀ ଓ କଟକରେ ୧୬ ପର୍ଯ୍ୟନ୍ତ ସ୍ୱଳ୍ପରୁ ମଧ୍ୟମ ବର୍ଷା ହୋଇପାରେ ବୋଲି ପ୍ରଫେସର ପଶୁପାଳକ ଆକଳନ କରିଛନ୍ତି । ସେହିପରି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ମଧ୍ୟ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛନ୍ତି । କାଁ ଭାଁ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ତେବେ ଲଘୁଚାପଜନିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବନି ବୋଲି ଡ. ସାହୁ ଆକଳନ କରିଛନ୍ତି ।ଅପରପକ୍ଷେ, ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ଯେ, ଉଭୟ ମୌସୁମୀ ଓ ଲଘୁଚାପ ପ୍ରଭାବରେ ମଙ୍ଗଳବାର ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କଟକ, ବରଗଡ଼ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସେହିପରି ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବା ପାଇଁ ଧୀବରମାନଙ୍କୁ ବାରଣ କରାଯାଇଛି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ସ୍ୱତନ୍ତ୍ର ରିଲିଫ୍‌ କମିଶନର୍‌ ବା ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି ।ରବିବାର ସକାଳ ୮ଟା ୩୦ରୁ ସନ୍ଧ୍ୟା ୫ଟା ୩୦ ମଧ୍ୟରେ ପୁରୀରେ ୧୧ ମିଲିମିଟର, ଅନୁଗୁଳରେ ୯ ମିଲିମିଟର, ଚାନ୍ଦବାଲିରେ ୭ ମିଲିମିଟର ଓ କଟରେ ୫ ମିଲିମିଟର ବର୍ଷା ହୋଇଥିଲା ।

ତେବେ ଆଜି ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରେ ୯୮ ମିଲିମିଟର, କେନ୍ଦୁଝରରେ ୮୧ ମିଲିମିଟର, କଟକରେ ୪୧ ମିଲିମିଟର, କୋରାପୁଟରେ ୨୮ ମିଲିମିଟର ଓ ରାୟଗଡ଼ାରେ ୨୦ ମିଲିମିଟର ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗରେ କେନ୍ଦ୍ର ରେକର୍ଡ କରିଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.