ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

ତା-୧୪-୦୬-୨୦୨୧
ସ୍ଥଗିତ ହେଲା ଓଜେଇଇ ପରୀକ୍ଷା । ଚଳିତ ମାସ ୧୭ରୁ ୨୪ ତାରିଖ ଯାଏଁ ହେବାରଥିବାବେଳେ କରୋନା ସଂକ୍ରମଣ ଦୃଷ୍ଟିରେ ରଖି ଏହି ପରୀକ୍ଷାକୁ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଇଛି। କେବେ ପରୀକ୍ଷା ହେବ ଏନେଇ ଆସନ୍ତା ଜୁଲାଇର ପ୍ରଥମ ସପ୍ତାହରେ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଛି।
ଅପରପକ୍ଷେ ଓଜେଇଇ ପରୀକ୍ଷା ପାଇଁ ଅନଲାଇନ୍ ଆବେଦନର ସମୟ ସୀମାକୁ ବି ବଢ଼ାଇ ଦିଆଯାଇଛି। ଆବେଦନ ଅବଧି ଜୁଲାଇ ୧୨ ଓ ଫି ଦାଖଲ ଅବଧି ଜୁଲାଇ ୧୪ ତାରିଖ ଯାଏଁ ବଢ଼ାଇ ଦିଆଯାଇଛି। ଫଳରେ ଯେଉଁ ଛାତ୍ରଛାତ୍ରୀ ଏହି ପ୍ରବେଶିକା ପରୀକ୍ଷାରେ ସାମିଲ ହେବା ପାଇଁ ଆବେଦନ କରିପାରି ନଥିଲେ , ସେମାନଙ୍କ ପାଇଁ ବଡ ସୁଯୋଗ କହିଲେ କେଉଁ କମ ହେବନାହିଁ । ପରୀକ୍ଷା ସ୍ଥଗିତ ନେଇ ଓଜେଇଇ ଅଧ୍ୟକ୍ଷଙ୍କ ପକ୍ଷରୁ ନୋଟିସ୍ ଜାରି କରାଯାଇଛି
ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

