ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

ତା-୧୫-୦୬-୨୦୨୧
ରାଜ୍ୟରେ ଏଯାଏଁ ହେଲାଣି ସ୍ୱାଭାବିକଠାରୁ ୩୪ ପ୍ରତିଶତ ଅଧିକ ବର୍ଷା । ଗତ ୧୪ ଦିନ ମଧ୍ୟରେ ରାଜ୍ୟରେ ୯୫.୧ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହାକି ସ୍ୱାଭାବିକ ଠାରୁ ୩୪ ପ୍ରତିଶତ ଅଧିକ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ୧୧ ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ ୬୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଥିବା ବେଳେ, ୫ଟି ଜିଲ୍ଲାରେ ୨୧ ପ୍ରତିଶତ ଅଧିକ ବର୍ଷା ହୋଇଛି । ବାକି ୧୪ ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି ।

ରାଜ୍ୟରେ ବର୍ତ୍ତମାନ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଥିବା ଲଘୁଚାପ ବର୍ତ୍ତମାନ ଦକ୍ଷିଣ ଝାଡଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ସକ୍ରିୟ ରହିଛି । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି । ବର୍ଷା ପାଇଁ ୧୪ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ଆଜି ୮ଟି ଜିଲ୍ଲା ଓ ଆସନ୍ତାକାଲି ପାଇଁ ୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia
