News portal website
before header
[URIS id=5393]

୨୪ ଘଣ୍ଟା ମଧ୍ୟରେ ୩୫୩୫ କରୋନା ପଜିଟିଭ୍ ଚିହ୍ନଟ

0 187

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୧୬-୦୬-୨୦୨୧

ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ୩୫୩୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୬୩୦୬୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୧୬ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୫୧୯ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯୬ଜଣ, ବରଗଡ଼ ଜିଲ୍ଲାରୁ ୮୬ଜଣ, ଭଦ୍ରକ ଜିଲ୍ଲାରୁ ୧୮୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ ଜିଲ୍ଲାରୁ ୫୨ଜଣ, କଟକ ଜିଲ୍ଲାରୁ ୩୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୨୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୬ଜଣ, ଗଜପତି ଜିଲ୍ଲାରୁ ୨୭ଜଣ, ଗଞ୍ଜାମ ଜିଲ୍ଲାରୁ ୨୬ଜଣ, ଜଗତସିଂହପୁର ଜିଲ୍ଲାରୁ ୯୦ଜଣ, ଯାଜପୁର ଜିଲ୍ଲାରୁ ୩୪୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩୫ଜଣ, କନ୍ଧମାଳ ଜିଲ୍ଲାରୁ ୫୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୪ଜଣ, କେନ୍ଦୁଝର ଜିଲ୍ଲାରୁ ୯୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୩୩ଜଣ, କୋରାପୁଟ ଜିଲ୍ଲାରୁ ୫୬ଜଣ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ମାଲକାନଗିରି ଜିଲ୍ଲାରୁ ୬୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୮୫ଜଣ, ନୟାଗଡ଼ ଜିଲ୍ଲାରୁ ୯୫ଜଣ, ନୂଆପଡ଼ା ଜିଲ୍ଲାରୁ ୧୫ଜଣ, ପୁରୀ ଜିଲ୍ଲାରୁ ୧୮୭ଜଣ, ରାୟଗଡ଼ା ଜିଲ୍ଲାରୁ ୭୩ଜଣ, ସମ୍ବଲପୁର ଜିଲ୍ଲାରୁ ୩୯ଜଣ, ସୋନପୁର ଜିଲ୍ଲାରୁ ୩୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣ, ଷ୍ଟେଟ ପୁଲ୍‌ରୁ ୮୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୬୩୦୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୭୭୯୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୧୧୭୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୮୩୬୪୩୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.