News portal website
before header
[URIS id=5393]

କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୬୨ ହଜାରରୁ ଅଧିକ ପଜିଟିଭ୍, ୧୫୮୭ ମୃତ

0 263

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୧୮-୦୬-୨୦୨୧

ଦେଶରେ କରୋନା ସଂକ୍ରମଣ ତଳମୁହାଁ ହେବାରେ ଲାଗିଛି । ୨ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫୮୭ ଜଣଙ୍କ ମୃତ୍ୟୁ ହୋଇଛି ।

ଅଷ୍ଟିନ୍ ନ୍ୟୁଜ୍ ରେ ବିଜ୍ଞାପନ ଦେବା ପାଇଁ ଏବେ ହିଁ ଯୋଗାଯୋଗ କରନ୍ତୁ ୬୩୭୨୯୪୨୬୫୦/6372942650 Or mail-id- [email protected]

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୬୨,୪୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୫୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୫୮୭ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୭ଲକ୍ଷ ୬୨ ହଜାର ୭୯୩ରେ ପହଞ୍ଚିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୮୩ ହଜାର ୪୯୩ ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୮୫ ଲକ୍ଷ ୮୦ ହଜାର ୬୪୭ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୭୯୮୬୫୬ । ଗତ ୭୩ ଦିନରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ତଳକୁ ଖସିଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.