ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

ତା-୨୦-୦୬-୨୦୨୧
ଲୋକପ୍ରିୟ ଓଲିଉଡ୍ ସିଙ୍ଗର ତପୁ ମିଶ୍ରଙ୍କ ପରଲୋକ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ତପୁ ମିଶ୍ରଙ୍କ ଦେହାନ୍ତ ଘଟିଛି। କରୋନାରେ ସୁସ୍ଥ ହେବା ପରେ ତାଙ୍କ ଶରୀରରେ ଲଗାତାର ଅକ୍ସିଜେନ୍ ଲେବଲ୍ କମି ଥିଲା। ପରେ ତାଙ୍କର ଆଇସିୟୁରେ ଚିକିତ୍ସା ଜାରି ରହିଥିଲା।ତାଙ୍କର ଅକ୍ସିଜେନ୍ ଲେବଲ୍ ଲଗାତାର କମୁଥିବା ବେଳେ ଏଥିରେ ସୁଧାର ଆସିନଥିଲା। ତାଙ୍କୁ ଅକ୍ସିଜେନ୍ ଦିଆଯାଉଥିଲା ।

ପ୍ରଥମେ ଗୋଟିଏ ହସ୍ପିଟାଲରେ ୬ଦିନ ଚିକିତ୍ସା ପରେ ଆଉ ଏକ ହସ୍ପିଟାଲକୁ ତାଙ୍କୁ ଚିକିତ୍ସା ଲାଗି ସ୍ଥାନାନ୍ତର କରାଯାଇଥିଲା ।ସେ ଗୁରୁତର ହୋଇପଡ଼ିଥିବା ଖବର ଆସିବା ପରେ କଳାକାରମାନେ ତାଙ୍କ ଆଶୁ ଆରୋଗ୍ୟ କାମନା କରି ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା ମଧ୍ୟ କରିଥିଲେ । କିନ୍ତୁ ଶନିବାର ତପୁ ମିଶ୍ର ଜୀବନ ଯୁଦ୍ଧରେ ହାରିଯାଇଛନ୍ତି। ଓଡ଼ିଶାର ଜଣେ ସୁନାମଧନ୍ୟ କଣ୍ଠଶିଳ୍ପୀଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia
