ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

ତା-୨୦-୦୬-୨୦୨୧
ନଦୀରେ ଗାଧୋଉ ଥିବା ସମୟରେ ଭାସିଗଲେ ୨ ଯୁବକ । ଯାଜପୁର ଜିଲ୍ଲା ବରୀ ବ୍ଲକ ସଂକରାକୁଳରେ ବ୍ରାହ୍ମଣୀ ନଦୀରେ ଗାଧୋଉଥିବା ବେଳେ ୨ ଜଣ ଯୁବକ ଭାସି ଯାଇଛନ୍ତି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ନିଖୋଜ ଯୁବକଙ୍କ ପରିଚୟ ମିଳିପାରି ନାହିଁ।

ସୂଚନା ଅନୁସାରେ, ରବିବାର ବ୍ରାହ୍ମଣୀ ନଦୀରେ ଗାଧୋଉଥିବା ବେଳେ ବାଲିଆର ମିଶ୍ର ସାହିର ୨ ଜଣ ଯୁବକ ନଦୀର ଗଭୀର ସ୍ରୋତରେ ଭାସି ଯାଇଛନ୍ତି। ଏହି ସମୟରେ ସେଠାରେ ଉପସ୍ଥିତ ଥିବା ସ୍ଥାନୀୟ ଲୋକେ ଉଦ୍ଧାର ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଏହା ସହ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଅଗ୍ନିଶମ ବାହୀନ ପହଁଚି ଉଦ୍ଧାର କାର୍ଯ୍ୟ ଚଳାଇଛି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia
