News portal website
before header
[URIS id=5393]

ଆସନ୍ତା ୨୭ ତାରିଖ ଯାଏଁ ଜାରି ରହିବ ପ୍ରବଳ ବର୍ଷା!!

0 143

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୨୩-୦୬-୨୦୨୧

ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଜାରି ରହିଛି ବର୍ଷା । ଆସନ୍ତା ୨୭ ତାରିଖ ଯାଏଁ ଜାରି ରହିବ ବର୍ଷା । କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ୭ ଜିଲ୍ଲାକୁ ସତର୍କ କରିଛି। କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୁରଭଞ୍ଜରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ଉତ୍ତର ପଞ୍ଜାବରୁ ହରିୟାଣା, ଉତ୍ତର-ପ୍ରଦେଶ, ବିହାର, ଝାଡ଼ଖଣ୍ଡ ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟଦେଇ ଲମ୍ବିଥିବା ଟ୍ରଫ-ଲାଇନ ପ୍ରଭାବରେ ବର୍ଷା ହେଉଛି। ଏହା ସହିତ ଦକ୍ଷିଣ ବଙ୍ଗଳାଦେଶ ତଥା ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଥିବା ଘୁର୍ଣିବଳୟ ପ୍ରଭାବ ପଡ଼ିଛି। ଯାହାଦ୍ୱାରା ଉପକୂଳ ଓଡ଼ିଶାର ଜିଲ୍ଲା ଗୁଡିକରେ ମୌସୁମୀ ଜନିତ ବର୍ଷା ଲାଗିରହିଛି। ଆସନ୍ତା ୨୭ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବିକ୍ଷିପ୍ତ ଭାବେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ସେପଟେ ଜୁନ ୨୨ ମଧ୍ୟରେ ଓଡ଼ିଶାରେ ୧୩୯ ଦଶମିକ ୫ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଯାହାକି ସ୍ୱାଭାବିକ ବର୍ଷାଠାରୁ ୨ ପ୍ରତିଶତ ଅଧିକ। ଏହି ଅବଧି ଭିତରେ ୮ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି। ୨ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ, ୬ ଜିଲ୍ଲା ରେ ସ୍ୱାଭାବିକ ଠାରୁ ୨୦ ରୁ ୫୯ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଅବଶିଷ୍ଟ ୧୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା ଅନୁଭୂତ ହୋଇଛି।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.