News portal website
before header
[URIS id=5393]

କାଶ୍ମୀର ପ୍ରସଙ୍ଗକୁ ନେଇ ହୋଇଛି ବଡ଼ ବୈଠକ: ଜମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ନେଇ ଆଲୋଚନା

0 193

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

ତା-୨୪-୦୬-୨୦୨୧

ଶେଷ ହୋଇଛି ସାଢେ ତିନି ଘଣ୍ଟାର ବୈଠକ । ମାରାଥନ ମିଟିଙ୍ଗ, ଗୁରୁତ୍ବପୂର୍ଣ୍ଣ ଆଲୋଚନାର ଘଟିଛି ଅନ୍ତ । ଧାରା ୩୭୦ ଲାଗିବାର ଦୀର୍ଘ ଦୁଇ ବର୍ଷ ପରେ କମିଛି ଜମ୍ମୁ କାଶ୍ମୀର ଓ ରାଜଧାନୀ ଦିଲ୍ଲୀର ଦୁରତା । ଆଜି ୭ ଲୋକ କଲ୍ୟାଣ ମାର୍ଗରେ ବସିଥିବା ବୈଠକରେ କାଶ୍ମୀର ପ୍ରସଙ୍ଗକୁ ନେଇ ହୋଇଛି ବଡ଼ ବୈଠକ ।

ଜମ୍ମୁ କାଶ୍ମୀରର ସମସ୍ତ ନେତାଙ୍କ ମତାମତ ନେଇ କାଶ୍ମୀର ବିକାଶର ନୂଆ ନକ୍ସା କାଢିଛନ୍ତି କେନ୍ଦ୍ର ସରକାର । ସନ୍ଧ୍ୟା ସାତ ଘଟିକାରେ ବୈଠକ ଶେଷ ହୋଇଥିବାବେଳେ ନିଜର ମତ ପ୍ରକାଶ କରିଛନ୍ତି ବୈଠକରେ ଉପସ୍ଥିତ ଥିବା ସମସ୍ତ ନେତା ।କାଶ୍ମୀର ନେତାଙ୍କ ମଧ୍ୟରେ ଥିବା ରାଜଧାନୀ ଦିଲ୍ଲୀ ଏବଂ ଦିଲ୍ ର ଦୂରତା କମାଇବାକୁ ଚାହୁଁଥିବା ପ୍ରକାଶ କରିଛନ୍ତି । ସେପଟେ ବୈଠକରେ ଯୋଗଦେଇଥିବା ବରିଷ୍ଠ କଂଗ୍ରେସ ନେତା ଗୁଲସାମ ନବୀ ଆଜାଦ ମଧ୍ୟ ମତ ପ୍ରକାଶ କରିଛନ୍ତି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

କାଶ୍ମୀରର ବିକାଶ ପାଇଁ ବୈଠକରେ ଆଲୋଚନା କରାଯାଇଛି । ସମସ୍ତ ଏଥିପାୱଇଁ ପ୍ରତିବଦ୍ଧ ମଧ୍ୟ । ତେଣୁ ଆଜିର ବୈଠକରେ ଜମ୍ମୁ କାଶ୍ମୀରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ବିଷୟରେ ଆଲୋଚନା ହୋଇଥିବା କହିଛନ୍ତି ଗୁଲାମ ନବୀ ଆଜାଦ । ଗତ ୨୦୧୮ ମସିହାରୁ ଜମ୍ମୁ ଓ କାଶ୍ମୀରରେ ରାଷ୍ଟ୍ରପତି ଶାସନ ଜାରି କରାଯାଇଛି ।

ଆଜିର ବୈଠକରେ ୮ଟି ରାଜନୈତିକ ଦଳର ୧୪ ଜଣ ନେତା ବୈଠକରେ ସାମିଲ ହୋଇଥିଲେ ।ବୈଠକରେ ଜାମ୍ମୁ ଓ କାଶ୍ମୀରକୁ ରାଜ୍ୟମାନ୍ୟତା ପ୍ରଦାନ କରିବା ଲାଗି ଗୁପକାର ସଂଗଠନ ଦାବି କରିଥିବା ସୂଚନା ମିଳିଛି । ସେପଟେ ରାଜ୍ୟରେ ଆଗାମୀ ଦିନରେ ବିଧାନସଭା ନିର୍ବାଚନ ହେବା ନେଇ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର theaustinnews@gmail.com ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ତେଣୁ କୋଭିଡ କଟକଣା ଭିତରେ କିଭଳି ନିର୍ବାଚନ ହୋଇପାରିବ ସେନେଇ ବୈଠକରେ ଆଲୋଚନା କରାଯାଇଛି । ପ୍ରଧାନମନ୍ତ୍ରୀଙ୍କ ନିବାସ ୭ ଲୋକ କଲ୍ୟାଣ ମାର୍ଗରେ ଅନୁଷ୍ଠିତ ଏହି ବଡ଼ ବୈଠକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲୀ, ଓମାର ଅବଦୁଲ୍ଲା, ଗୁଲାମ ନବୀ ଆଜାଦ ଓ ମେହବୁବା ମୁଫତିଙ୍କ ସମେତ ୧୪ ଜଣ ନେତା ଯୋଗ ଦେଇଛନ୍ତି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.