ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

ତା-୦୧-୦୭-୨୦୨୧
ରାଜ୍ୟରେ ଦିନକରେ ୪୫ ଜଣଙ୍କ ମୁଣ୍ଡ ନେଲା କରୋନା। କମୁଛି ସଂକ୍ରମଣ, ଥମୁନି ମୃତ୍ୟୁ । ରାଜ୍ୟରେ କରୋନାରେ ଦୈନିକ ୪୦ରୁ ଅଧିକ ଆକ୍ରାନ୍ତ ମୃତ୍ୟୁବରଣ କରୁଛନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୪୫ ଜଣ କରୋନା ଆକ୍ରାନ୍ତ ଜୀବନ ହାରିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ମୃତକଙ୍କ ସଂଖ୍ୟା ୪ ହଜାର ୬୩କୁ ବୃଦ୍ଧି ପାଇଛି ।

ଅନୁଗୁଳ ଜିଲ୍ଲାରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱରରୁ ଜଣେ, ବରଗଡ଼ରୁ ୩ ଜଣ, ଭୁବନେଶ୍ୱରରୁ ୫ ଜଣ, କଟକରୁ ୨ ଜଣ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୪ ଜଣ, ଯାଜପୁରରୁ ଜଣେ, ଝାରସୁଗୁଡ଼ାରୁ ଜଣେ, କେନ୍ଦୁଝରରୁ ୪ ଜଣ, ଖୋର୍ଦ୍ଧାରୁ ୪ ଜଣ, ମୟୂରଭଞ୍ଜରୁ ଜଣେ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୫ ଜଣ, ପୁରୀରୁ ୫ ଜଣ, ସମ୍ବଲପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୩ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia
