News portal website
before header
[URIS id=5393]

ରାଜ୍ୟରେ ଦୁଇ ହଜାର ତଳକୁ ଦୈନିକ ସଂକ୍ରମଣ!!

0 157

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୨-୦୭-୨୦୨୧

ରାଜ୍ୟରୁ ଆଉ ୩ ହଜାର ୨୨୨ କରୋନା ସଂକ୍ରମିତ ଚିହ୍ନଟ । ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ୩ ହଜାର ଉପରେ ରହୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ ହଜାର ୨୨୨ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୮୩୮ଟି ପଜିଟିଭ୍ ମାମଲା ଆସିଥିବା ବେଳେ ୧୩୮୪ଟି ମାମଲା ହେଉଛି ସ୍ଥାନୀୟ ସଂକ୍ରମଣ । କଟକ ଜିଲ୍ଲାରୁ ସର୍ବାଧିକ ୬୧୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୨୨ ଜଣଙ୍କ ନମୁନା ପଜିଟିଭ୍ ଆସିଛି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଅନୁଗୁଳରୁ ୯୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୦୮, ବରଗଡ଼ରୁ ୨୪, ଭଦ୍ରକରୁ ୧୪୧, ବଲାଙ୍ଗିରରୁ ୨୨, ବୌଦ୍ଧରୁ ୧୬, ଦେବଗଡ଼ରୁ ୭, ଢେଙ୍କାନାଳରୁ ୪୧, ଗଜପତିରୁ ୯, ଗଞ୍ଜାମରୁ ୨୪, ଜଗତସିଂହପୁରରୁ ୨୧୨, ଯାଜପୁରରୁ ୧୯୦, ଝାରସୁଗୁଡ଼ାରୁ ୯, କଳାହାଣ୍ଡିରୁ ୨୫, କନ୍ଧମାଳରୁ ୨୫, କେନ୍ଦ୍ରାପଡ଼ାରୁ ୧୭୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି କେନ୍ଦୁଝରରୁ ୬୪, କୋରାପୁଟରୁ ୫୩, ମାଲକାନଗିରିରୁ ୬୬, ମୟୂରଭଞ୍ଜରୁ ୧୯୫, ନବରଙ୍ଗପୁରରୁ ୨୩, ନୟାଗଡ଼ରୁ ୧୧୪, ନୂଆପଡ଼ାରୁ ୧୬, ପୁରୀରୁ ୧୮୮, ରାୟଗଡ଼ାରୁ ୬୧, ସମ୍ବଲପୁରରୁ ୩୧, ସୋନପୁରରୁ ୧୨, ସୁନ୍ଦରଗଡ଼ରୁ ୬୬ ଓ ଷ୍ଟେଟପୁଲରୁ ୬୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୧୬ ହଜାର ୧୦୯କୁ ବୃଦ୍ଧି ପାଇଛି । ୩୦ ହଜାର ୯୫୦ଟି ସକ୍ରିୟ ସଂକ୍ରମଣ ମାମଲା ରହିଥିବା ବେଳେ ୮ ଲକ୍ଷ ୮୦ ହଜାର ୯୯୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.