News portal website
before header
[URIS id=5393]

ଗୁଲାବ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ : ୭ ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି

0 271

ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର

Notice

ତା-୨୬-୦୯-୨୦୨୧

ଭୀଷଣ ରୂପ ନେଇଛି ବାତ୍ୟା ‘ଗୁଲାବ’ । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି । କିଛି ଅଞ୍ଚଳରେ ଝିପଝିପ୍ ବର୍ଷା ହେଉଛି । ସମୁଦ୍ର ଭିତରେ ବାତ୍ୟା ଏବେ ଘଂଟା ପ୍ରତି ୭କିଲୋମିଟର ବେଗରେ ଉତରପଶ୍ଚିମ ଦିଗରେ ଗତି କରୁଛି । ଗୁଲାବ ବର୍ତ୍ତମାନ ଗୋପାଳପୁରଠାରୁ ୩୧୦ କିଲୋମିଟର ଦକ୍ଷିଣ-ପୂର୍ବ ଦିଗରେ ଓ ଆନ୍ଧ୍ରର କଳିଙ୍ଗପଟ୍ଟନମଠାରୁ ୩୮୦ କିଲୋମିଟର ଦୂର ପୂର୍ବରେ ରହିିଛି । ରବିବାର ସଂଧ୍ୟାରେ ଗୋପାଳପୁର ଓ ଆନ୍ଧ୍ରର କଳିଙ୍ଗପଟ୍ଟନମ ନିକଟରେ ସ୍ଥଳଭାଗ ଅତିକ୍ରମ କରିପାରେ । ବାତ୍ୟା ସ୍ଥଳ ଭାଗ ଛୁଇଁବା ବେଳକୁ ପବନର ବେଗ ଘଂଟା ପ୍ରତି ୭୫ରୁ ୮୫ କିଲୋମିଟର ରହିବ । ସମୟ ସମୟରେ ଘଂଟା ପ୍ରତି ୯୫ କିଲୋମିଟର ବେଗରେ ପବନର ଝଟକା ଅନୁଭୂତ ହେବ ବୋଲି  ପାଣିପାଗ ବିଭାଗ ଅନୁମାନ କରିଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁଯାୟୀ ବାତ୍ୟା ରୂପ ନେଇଥିଲେ ମଧ୍ୟ ପବନ କମ୍‌ ରହିବ ଏବଂ ବର୍ଷା ଅଧିକ ହେବ। ଆଜି ଏବଂ ଆସନ୍ତାକାଲି ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ହେବ। ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅତିରୁ ଅତିପ୍ରବଳ ବର୍ଷା ହେବୋର ଆଶଙ୍କା‌ ରହିଛି। ଦୁଇ ଦିନ ଧରି ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବର୍ଷା ଲାଗିରହିବା କାରଣରୁ ଭୂସ୍ଖଳନ ଓ ବନ୍ୟା ଆଶଙ୍କା ବୃଦ୍ଧି ପାଇଛି । 

କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ଗଜପତି ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବ। ଏହାକୁ ଦୃଷ୍ଟିରେ ରଖି ୭ ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି । ଏଥିସହ ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ କଳାହାଣ୍ଡି ଜିଲ୍ଲ‌ାରେ ପ୍ରବଳ ବର୍ଷାକୁ ନଜରରେ ରଖି ‌ଅରେଞ୍ଜ ୱାର୍ଣ୍ଣିଂ, ବାଲେଶ୍ବର, ଭଦ୍ରକ ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ ଅତିପ୍ରବଳ ବର୍ଷାକୁ ନଜରରେ ରଖି ଅରେଞ୍ଜ ଏବଂ କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି। 

ବାତ୍ୟା ଲ୍ୟାଣ୍ଡଫଲ୍ କରିବା ସମୟରେ ସମୁଦ୍ର ଅଶାନ୍ତ ରହିବା ସହ ଗଞ୍ଜାମ, ଶ୍ରୀକାକୁଲମ୍ ଓ ବିଜୟନଗରମ୍ ଜିଲ୍ଲାର ଉପକୂଳରେ ଅଧମିଟର ପର୍ଯ୍ୟନ୍ତ ଜୁଆର ଉଠିପାରେ । ତେଣୁ  ଗତକାଲି ଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

Leave A Reply

Your email address will not be published.