News portal website
before header
[URIS id=5393]

ବାତ୍ୟା ପାଇଁ ଆସନ୍ତା କାଲି ୧୧ ଜିଲ୍ଲାରେ ସ୍କୁଲ ଛୁଟି

0 244

Notice

ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର

ତା-୨୬-୦୯-୨୦୨୧

ସ୍ଥଳଭାଗ ମୁହାଁ ସମ୍ଭାବ୍ୟ ବାତ୍ୟା ଗୁଲାବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ପ୍ରକାରର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଥିପାଇଁ ଆସନ୍ତାକାଲି ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ରହିବ । ମଙ୍ଗଳବାର ସ୍ଥିତିକୁ ଦେଖି ଜିଲ୍ଲାପାଳ ସ୍କୁଲ ବାବଦରେ ନିଷ୍ପତି ନେବେ । ଏ ସମ୍ପର୍କରେ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ସେ କହିଛନ୍ତି ଯେ, ବର୍ଷା ହେଲେ ପିଲା ଘରକୁ ନବାହାରନ୍ତୁ, ସ୍କୁଲ ନଆସନ୍ତୁ। ଆସନ୍ତାକାଲି ସକାଳର ପରିସ୍ଥିତି ଦେଖି ଜିଲ୍ଲାପାଳମାନେ ସ୍କୁଲ ବନ୍ଦ ନିଷ୍ପତ୍ତି ନେବେ । ବାତ୍ୟା ପରେ ବର୍ଷା ହେବ ବୋଲି IMD ସୂଚନା ଦେଇଛି। ତେଣୁ ଏହି ସମୟରେ ପିଲାମାନେ ଘରୁ ନାବାହାରିବା ଉଚିତ୍ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।

ଏସଆରସି ପ୍ରଦୀପ ଜେନା ସୂଚନା କହିଛନ୍ତି ଯେ, ଆଜି ମଧ୍ୟ ରାତ୍ରିରେ ଗୋପାଳପୁର-କଳିଙ୍ଗପଟ୍ଟନମ୍ ମଝିରେ ସ୍ଥଳଭାଗ ଛୁଇଁବ । କିନ୍ତୁ ନିର୍ଦ୍ଦିଷ୍ଟ ଭାବରେ ଶ୍ରୀକାକୁଲମ୍ ଜିଲ୍ଲାରେ ଗୁଲାବ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି । ଏହି ସମୟରେ ପବନର ଘଣ୍ଟାପ୍ରତି ବେଗ ୭୫ରୁ ୮୫ କିମି ରହିବ । ଗଜପତି, କୋରାପୁଟ, ମାଲକାନାଗିରି ନେଇ ଛତିଶଗଡ଼କୁ ଗତି କରିବ ବୋଲି ସୂଚନା ରହିଛି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

Leave A Reply

Your email address will not be published.