
ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର
ତା-୨୭-୦୯-୨୦୨୧
ଭୁବନେଶ୍ବର କ୍ଲବର କର୍ମକର୍ତ୍ତା ନିର୍ବାଚନ ପାଇଁ ମତଦାନ ପ୍ରକ୍ରିୟା ଶେଷ ହୋଇଛି । ଶନିବାର ଓ ରବିବାର ଏହି ଦୁଇ ଦିନ ମୋଟ୍ ୧୨୬୯ଜଣ ମତଦାନ କରିଥିଲେ। ତେବେ ମତଦାନ ପ୍ରକ୍ରିୟା ଶେଷ ହୋଇଥିବା ବେଳେ ଆଜି ଅପରାହ୍ଣରେ ଭୋଟ୍ ଗଣତି ହେବ । କ୍ଲବର ନିର୍ବାଚନ ପାଇଁ ୫ଟି ବୁଥ୍ ହୋଇଥିବା ବେଳେ ୫ଟି ଲେଖାଏଁ ବାଲାଟ୍ ପେପର୍ ହୋଇଥିଲା । କର୍ମକର୍ତ୍ତା ଚୟନ ପାଇଁ ସଦସ୍ୟମାନେ ପ୍ରାର୍ଥୀଙ୍କ ନାଁ ନିକଟରେ କ୍ରସ୍ ଚିହ୍ନ ମାରି ଭୋଟ୍ ଦେଇଥିଲେ । ଆଜି ଅପରାହ୍ଣରେ ବାଲାଟ ବାକ୍ସ ଖୋଲାଯିବ । ଦୀର୍ଘ ବର୍ଷ ପରେ ସଭାପତି ପଦ ପାଇଁ ଭୋଟିଂ ହେଉଥିବାରୁ କିଏ ବାଜି ମାରୁଛନ୍ତି ତାକୁ ନେଇ ସମସ୍ତଙ୍କ ମନରେ ଉତ୍କଣ୍ଠା ରହିଛି ।
କ୍ଲବର ସଭାପତି ପଦ ପାଇଁ ୨ ପୂର୍ବତନ ମୁଖ୍ୟ ଶାସନ ସଚିବ, ଅସିତ ତ୍ରିପାଠୀ ଓ ବିଜୟ ପଟ୍ଟନାୟକଙ୍କ ମଧ୍ୟରେ ଲଢ଼େଇ ହୋଇଛି। ସେହିପରି ଉପସଭାପତି ପଦ ପାଇଁ ୫ଜଣ, ସମ୍ପାଦକ ପାଇଁ ୬ଜଣ, ଯୁଗ୍ମ ସମ୍ପାଦକ ପାଇଁ ୩ ଜଣ, କାର୍ଯ୍ୟନିର୍ବାହୀ କମିଟି ସଦସ୍ୟ ପାଇଁ ୨୨ଜଣ ସଭ୍ୟ ନାମାଙ୍କନପତ୍ର ଦାଖଲ କରିଛନ୍ତି।
ତେବେ ଏଠାରେ ସୂଚନାଯୋଗ୍ୟ ଯେ, ପୂର୍ବତନ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଅବସର ଗ୍ରହଣ କରିବା ପରେ ବର୍ତ୍ତମାନ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଓ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅଛନ୍ତି। ସେହିପରି ବିଜୟ ପଟ୍ଟନାୟକ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ସଚିବ ଓ ପରେ ମୁଖ୍ୟ ଶାସନ ସଚିବ ଭାବେ ଅବସର ନେଇଥିଲେ। ଅବସର ପରେ ସେ ବେଦାନ୍ତ ବିଶ୍ୱବିଦ୍ୟାଳୟର ଦାୟିତ୍ୱ ସମ୍ଭାଳିଥିଲେ।
ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
