ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର

ତା-୨୭-୦୯-୨୦୨୧
ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପ ନିର୍ବାଚନ ପରିପ୍ରେକ୍ଷୀରେ ଏକ୍ଜିଟ୍ ପୋଲ୍କୁ ନିଷିଦ୍ଧ କରାଯାଇଛି। କୌଣସି ସମ୍ବାଦପତ୍ର, ଗଣମାଧ୍ୟମ, ନ୍ୟୁଜ୍ ବ୍ୟୁରୋ, ରେଡିଓ ଏବଂ ଟିଭି ଚାନେଲ ଏକ୍ଜିଟ୍ ପୋଲ୍ ପ୍ରକାଶ ଓ ପ୍ରସାର କରିପାରିବେ ନାହିଁ ବୋଲି ରାଜ୍ଯ ମୁଖ୍ଯ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ। ଭାରତର ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁସାରେ ଓଡ଼ିଶା ଗେଜେଟ୍ରେ ଏହି ନିଷେଧାଦେଶ ସଂପର୍କରେ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଆସନ୍ତା ୩୦ତାରିଖରେ ପିପିଲି ନିର୍ବାଚନମଣ୍ଡଳୀର ମୋଟ ୩୪୮ଟି ବୁଥରେ ୨ଲକ୍ଷ ୨୯ହଜାର ୯୯୮ଜଣ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ । ସୂଚନା ଅନୁସାରେ, ପିପିଲି ଉପନିର୍ବାଚନ ମଇଦାନରେ ମୋଟ ୧୦ଜଣ ପ୍ରାର୍ଥୀ ରହିଥିଲେ ସୁଦ୍ଧା ବିଜେଡି ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀ ଓ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ଲଢ଼େଇ ଜୋରଦାର ହେବାର ସମ୍ଭାବନା ରହିଛି। ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ସମସ୍ତ ପ୍ରକାରର ଏକଜିଟ୍ ପୋଲ ଉପରେ ନିର୍ବାଚନ କମିଶନ କଟକଣା ଜାରି ରହିଛନ୍ତି।
ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
