News portal website
before header
[URIS id=5393]

କରୋନାର ମାସକ ମଧ୍ୟରେ ମୃତ୍ୟୁ ହୋଇଥିଲେ ମୃତକଙ୍କ ପରିବାର ଲୋକଙ୍କୁ ମିଳିବ ୫୦ ହଜାର ଟଙ୍କା : ଡିଏମ୍‌ଇଟି

0 362

Notice

ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର

ତା-୨୭-୦୯-୨୦୨୧

କୋଭିଡ୍ ମୃତକଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା। ସୂଚନାଯୋଗ୍ୟ ଯେ ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଥିଲେ ଯେ କରୋନାରେ ପ୍ରାଣ ହରାଉଥିବା ଲୋକଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ରାଜ୍ୟ ସରକାର ପାଳନ କରିବେ। ଏ ସମ୍ପର୍କରେ ସୂଚନା ଦେଇଛନ୍ତି ଡିଏମ୍‌ଇଟି ନିର୍ଦ୍ଦେଶକ ଡାକ୍ତର ସି.ବି.କେ ମହାନ୍ତି । କୋଭିଡ୍ ଆକ୍ରାନ୍ତ ହୋଇଥିବା ସଂକ୍ରମିତ ହେବାର ମାସକ ମଧ୍ୟରେ ମୃତ୍ୟୁ ହୋଇଥିବା କୋଭିଡ ରୋଗୀଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏଁ ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପାଳନ କରିବାକୁ ରାଜ୍ୟ ସରକାର ଏକ ସ୍ଵତନ୍ତ୍ର ଏସଓପି ଜାରି କରିବେ। 

ସେହିପରି ୩୦ ଦିନ ଭିତରେ ଆତ୍ମହତ୍ୟା କରିଥିବା କିମ୍ବା ଦୁର୍ଘଟଣାର ଶିକାର ହୋଇଥିବା କରୋନା ଆକ୍ରାନ୍ତଙ୍କୁ ଏଥିରେ ସାମିଲ କରିବା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିବାରୁ ରାଜ୍ୟର କୋଭିଡ ମୃତ୍ୟୁ ତାଲିକାରେ ଏସବୁକୁ ସାମିଲ କରାଯିବ। ଏହା ଦ୍ବାରା ରାଜ୍ୟରେ ମୋଟ କୋଭିଡ ଆକ୍ରାନ୍ତଙ୍କ ମୃତ୍ୟୁସଂଖ୍ୟା ବଢ଼ିବ। କୋଭିଡ୍‌ ମୃତ୍ୟୁର ପୁନଃ ଅଡିଟ କରିବା ପାଇଁ ଜିଲ୍ଲା ସ୍ତରରେ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ନେଇ ଡିଏମ୍‌ଇଟି ନିର୍ଦ୍ଦେଶକ ଡାକ୍ତର ସି.ବି.କେ ମହାନ୍ତି ସୂଚନା ଦେଇଛନ୍ତି।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

Leave A Reply

Your email address will not be published.