ଲଘୁଚାପ ପ୍ରଭାବରେ ଆଜି ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ବର ଓ କଟକ ସହରରେ ଆଜି ସକାଳୁ ପ୍ରବଳ ବର୍ଷା ଜାରି ରହିଛି। ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ବର୍ଷାରେ ଦୃଶ୍ୟମାନ ଦୂରତା କମୁଥିବାରୁ ନିଜକୁ ଯାତାୟାତରୁ ନିବୃତ ରଖିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ଅନ୍ୟପକ୍ଷରେ ପ୍ରବଳ ବର୍ଷା ନେଇ ୭ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ବରଗଡ଼, ସମ୍ବଲପୁର ଓ ଅନୁଗୁଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

