ଶୁକ୍ରବାର ବିଳମ୍ବିତ ରାତ୍ରିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଟ୍ରକ୍କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ଦୁର୍ଘଟଣାରେ ୨୪ ବସଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ବଲାଙ୍ଗିର-ବରଗଡ ୨୬ ନମ୍ବର ଜାତୀୟ ରାଜପଥ ହୀରାପୁର ଛକ ଠାରେ ଏଭଳି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବଲାଙ୍ଗିରରୁ ବରଗଡକୁ ଯାଉଥିବା କୁମୁଦିନୀ ଟ୍ରାଭେଲ୍ସ ନାମକ ଯାତ୍ରୀବାହୀ ବସ ଟ୍ରକ୍କୁ ପଛପଟୁ ଧକ୍କା ଦେଇଥିଲା। ବସରେ ପ୍ରାୟ ୪୦ ଜଣ ଯାତ୍ରୀ ଥିଲେ ଏବଂ ସେମାନଙ୍କ ଭିତରୁ ୨୪ ଜଣ ଯାତ୍ରୀ ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ଆମ୍ୱୁଲାନ୍ସ ସହାୟତାରେ ଆହତ ସମସ୍ତ ଯାତ୍ରୀ ମାନଙ୍କୁ ଲୋଇସିଂହା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ।

