News portal website
before header
[URIS id=5393]

ବିରୋଧୀ ଦଳ ଉପରାଷ୍ଟ୍ରପତି ପ୍ରାର୍ଥୀ ହେଲେ ମାର୍ଗାରେଟ ଆଲଭା

0 158

ବିରୋଧୀ ଦଳ ଉପରାଷ୍ଟ୍ରପତି ପ୍ରାର୍ଥୀ ହେଲେ ମାର୍ଗାରେଟ ଆଲଭା। ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କ ବିପକ୍ଷରେ ପ୍ରାର୍ଥୀ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତ୍ରୀ ମାର୍ଗାରେଟ ଆଲଭା । ତେବେ ଏଠାରେ ସୂଚନାଯୋଗ୍ୟ ଯେ ମାର୍ଗାରେଟ ଆଲଭା ଗୋଆ, ଗୁଜୁରାଟ, ରାଜସ୍ଥାନ ଏବଂ ଉତ୍ତରାଖଣ୍ଡ ରାଜ୍ୟପାଳ ଭାବରେ କାର୍ଯ୍ୟ କରିଥିଲେ। ରାଜ୍ୟପାଳ ଭାବରେ ନିଯୁକ୍ତ ହେବା ପୂର୍ବରୁ ସେ ଭାରତୀୟ ଜାତୀୟ କଂଗ୍ରେସର ଜଣେ ବରିଷ୍ଠ ନେତ୍ରୀ ଥିଲେ ଏବଂ ଅଲ ଇଣ୍ଡିଆ କଂଗ୍ରେସ କମିଟିର ଯୁଗ୍ମ ସଚିବ ଥିଲେ। ଆଜି ଏନସିପି ପ୍ରମୁଖ ଶରଦ ପାୱାରଙ୍କ ବାସଭବନରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମାର୍ଗାରେଟ ଆଲଭାଙ୍କୁ ପ୍ରାର୍ଥୀ କରାଯିବା ନେଇ ନିଷ୍ପତ୍ତି ନିଆଯାଇଥିଲା । ଏହି ବୈଠକରେ କଂଗ୍ରେସ, ତୃଣମୂଳ କଂଗ୍ରେସ, ବାମଦଳ, ଆରଜେଡି, ସମାଜବାଦୀ ପାର୍ଟି ସମେତ ସମସ୍ତ ପ୍ରମୁଖ ବିରୋଧୀ ଦଳର ନେତାମାନେ ଯୋଗ ଦେଇଥିଲେ।

Notice
Leave A Reply

Your email address will not be published.