News portal website
before header
[URIS id=5393]

୮ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି

0 130

ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ରବିବାର ଦିନ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି ଓ ବଲାଙ୍ଗୀର ଗଜପତି, ଗଞ୍ଜାମ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ରାୟଗଡ଼ା, ଖୋର୍ଧା, ପୁରୀ ଓ କନ୍ଧମାଳ ଆଦି ଜିଲ୍ଲାରେ ବର୍ଷା ହୋଇଛି। ସେହିପରି ଆଜି ସକାଳୁ ସକାଳୁ ମଧ୍ୟ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ବୌଦ୍ଧ, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ଓ ବାକି ଜିଲ୍ଲାଗୁଡ଼ିକରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହି ୮ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋୱାର୍ଣ୍ଣିଂ ଜାରି କରିଛି। ସେହିପରି ୧୯ରୁ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି କେନ୍ଦ୍ର କହିଛି। ୨ଦିନ ପାଗ ଶୁଖିଲା ରହିବା ପରେ ପୁଣି କିଛି କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। 

Notice
Leave A Reply

Your email address will not be published.