ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ସକାଳ ୧୦ଟାରୁ ମତଦାନ ଆରମ୍ଭ ହୋଇଛି। ତେବେ ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ସେହିପରି ରାଷ୍ଟ୍ରପତି ନିର୍ବାଚନ ପାଇଁ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଭୋଟ୍ ଦେଇଛନ୍ତି। ତେବେ ଏଠାରେ ସୂଚନାଯୋଗ୍ୟ ଯେ ଏନଡିଏ ସମର୍ଥିତ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଓ ବିରୋଧୀ ଦଳର ପ୍ରାର୍ଥୀ ଯଶୋବନ୍ତ ସିହ୍ନାଙ୍କ ମଧ୍ୟରେ ହେବ ଟକ୍କର। ଏପଟେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ଅସୁସ୍ଥତା ଯୋଗୁଁ ଦିଲ୍ଲୀରେ ଥିବାରୁ ସେ ହସପିଟାଲରୁ ଭୋଟ୍ ଦେବେ। ଏହା ସହ ସାଂସଦମାନେ ଚାହିଁଲେ ବିଧାନସଭାରେ ନିଜର ମତ ସାବ୍ୟସ୍ତ କରିପାରିବେ।

