News portal website
before header
[URIS id=5393]

ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଇଥିବାରୁ ମୋକିମଙ୍କୁ ପ୍ରଶଂସାରେ ପୋତିଲେ ଧର୍ମେନ୍ଦ୍ର

0 163

ରାଷ୍ଟ୍ରପତି ନିର୍ବାଚନରେ ଦଳୀୟ ନିଷ୍ପତ୍ତିରୁ ବାହାରକୁ ଯାଇ ବିଜେପି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚାର ବିଷୟ ପାଲଟିଛନ୍ତି କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍। ମୋକିମ ନିଜେ ମିଡିଆ ଆଗରେ ଏହି କଥା ସ୍ୱୀକାର କରିଛନ୍ତି। ଏହାକୁ ନେଇ ଓଡିଶା କଂଗ୍ରେସରେ ବର୍ତ୍ତମାନ କମ୍ପନ ସୃଷ୍ଟି ହୋଇଛି | ଏହି ଘଟଣାକୁ ନେଇ ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ଏହି ଘଟଣାର ତଦନ୍ତ କରାଯାଇ ହାଇକମାଣ୍ଡଙ୍କୁ ରିପୋର୍ଟ ଦିଆଯିବ। ତା’ପରେ ହାଇକମାଣ୍ଡ ଯାହା ନିଷ୍ପତ୍ତି ନେବେ ତାକୁ କାର୍ଯ୍ୟକାରୀ କରାଯିବ । ଅନ୍ଯପକ୍ଷରେ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଇଥିବାରୁ ମୋକିମଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

Notice

ଧର୍ମେନ୍ଦ୍ର ଟ୍ୱିଟ କରି ଲେଖିଛନ୍ତି ଯେ,” ରାଜନୈତିକ ମତପାର୍ଥକ୍ୟ ଓ ବିରୋଧ ସତ୍ତ୍ୱେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିଷ୍ପତି ସହ ସାରା ଦେଶର ଅନେକ ରାଜନୈତିକ ଦଳ ସ୍ୱର ମିଳାଇ ଦ୍ରୌପଦୀଙ୍କୁ ସମର୍ଥନ ଦେବା ପାଇଁ ସହମତି ପ୍ରକାଶ କରିଥିଲେ । ଆଜି ଓଡ଼ିଶା କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଓଡ଼ିଶା ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କ ସମର୍ଥନରେ ଭୋଟ୍ ଦେଇଥିବା ଘୋଷଣା କରିଛନ୍ତି, ଯାହା ସ୍ୱାଗତଯୋଗ୍ୟ ପଦକ୍ଷେପ । ତାଙ୍କ ନିଷ୍ପତ୍ତିକୁ ମୁଁ ସ୍ୱାଗତ କରିବା ସହ ଧନ୍ୟବାଦ ଜଣାଉଛି ।”

Leave A Reply

Your email address will not be published.